For Quick Alerts
Turn On Notification  
For Daily Alerts
Oneindia App Download

ଚାକିରିରୁ ବିଦା ହେଲେ ଗୋପାଳ ଦାସ, ଗିରଫ ପରେ ରାମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ଚାକିରିରୁ ବହିଷ୍କୃତ ହୋଇଛନ୍ତି ନବ ଦାସଙ୍କୁ ଗୁଳି କରିଥିବା ଏଏସଆଇ ଗୋପାଳକୃଷ୍ଣ ଦାସ । ଗୋପାଳକୃଷ୍ଣଙ୍କୁ ବରଖାସ୍ତ କରିଛନ୍ତି ଝାରସୁଗୁଡ଼ା ଏସପି । ଧାରା ୩୧୧ ଅନୁସାରେ ଗୋପାଳକୁ ଚାକିରିରୁ ବହିଷ୍କାର କରାଯାଇଛି ।

|

ଝାରସୁଗୁଡା: ଚାକିରିରୁ ବହିଷ୍କୃତ ହୋଇଛନ୍ତି ନବ ଦାସଙ୍କୁ ଗୁଳି କରିଥିବା ଏଏସଆଇ ଗୋପାଳକୃଷ୍ଣ ଦାସ । ଗୋପାଳକୃଷ୍ଣଙ୍କୁ ବରଖାସ୍ତ କରିଛନ୍ତି ଝାରସୁଗୁଡ଼ା ଏସପି । ଧାରା ୩୧୧ ଅନୁସାରେ ଗୋପାଳକୁ ଚାକିରିରୁ ବହିଷ୍କାର କରାଯାଇଛି । ଗାନ୍ଧିଛକ ଫାଣ୍ଡିରେ ଏଏସଆଇ ଭାବେ କାର୍ଯ୍ୟରତ ଥିଲେ ଗୋପାଳ ।

 Naba Das Death Case

ସେପଟେ ଆଜି ଗୋପାଳଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଏନେଇ ସୂଚନା ଦେଇଛନ୍ତି କ୍ରାଇମ୍‌ବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା । ସେ କହିଛନ୍ତି ଗୋପାଳ ଦାସଙ୍କୁ ଗିରଫ କରାଯାଇଛି । ହତ୍ୟାକାଣ୍ଡ ଘଟିଥିବା ଘଟଣା ସ୍ଥଳକୁ ଯାଇ ଏକ୍ସପର୍ଟ ଟିମ୍‌ ଯାଞ୍ଚ କରିଛି । ଏବେ ଅଭିଯୁକ୍ତ ଗୋପାଳକୁ ୭ ଦିନିଆ ରିମାଣ୍ଡରେ ଆଣିବା ପାଇଁ ଆବେଦନ କରାଯିବ । ସେ କାହିଁକି ଗୁଳି କଲେ ସେନେଇ ତଦନ୍ତ କରାଯିବ । ନବ ଦାସଙ୍କ ସହ ଗୋପାଳଙ୍କର କୌଣସି ପୂର୍ବ ଶତ୍ରୁତା ଥିଲା କି ନାହିଁ ସେଦିଗରେ ମଧ୍ୟ ତଦନ୍ତ କରାଯାଉଛି । ଶେଷରେ ଅରୂଣ ବୋଥ୍ରା ଆହୁରି ମଧ୍ୟ କହିଛନ୍ତି ଯେ, ଗୋପାଳ ଦାସ କେବେ ବି ନବ ଦାସଙ୍କ ପିଏସ୍ଓ ଦାୟିତ୍ୱରେ ନଥିଲେ ।

ଉଲ୍ଲେଖଥାଉ କି, ଗତକାଲି ଏଏସ୍‌ଆଇ ଗୋପାଳ ଦାସଙ୍କ ଗୁଳିମାଡ଼ରେ ନିହତ ହୋଇଥିଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ । ବ୍ରଜରାଜନଗର ଗାନ୍ଧୀ ଛକ ଠାରେ ଗୁଳିମାଡ଼ ତାଙ୍କୁ ଗୁଳିମାଡ ହୋଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଝାରସୁଗୁଡ଼ା ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରା ଯାଇଥିଲା । ସେଠାରେ ଅବସ୍ଥା ଅଧିକ ବିଗିଢିବାରୁ ତାଙ୍କୁ ଏୟାରଲିଫ୍ଟ କରି ଭୁବନେଶ୍ବର ଅଣାଯାଇଥିଲା । ବିମାନବନ୍ଦରରୁ ଗ୍ରିନ୍ କରିଡ଼ରରେ ନିଆଯାଇ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଦୀର୍ଘ ସମୟ ତାଙ୍କ ଚିକିତ୍ସା କରାଯିବା ପରେ ଶେଷରେ ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Naba Das Death Case: Accused ASI Gopal Das Expelled From his Job
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X