ନବ ଦାସଙ୍କୁ ଗୁଳିମାଡ ଘଟଣା: ଅଭିଯୁକ୍ତ ଗୋପାଳ ଦାସଙ୍କୁ ଜେରା କଲେ ଅରୁଣ ବୋଥ୍ରା

ନବ ଦାସଙ୍କୁ ଗୁଳିମାଡ ଘଟଣାର କାରଣ ଖୋଜୁଛି କ୍ରାଇମବ୍ରାଞ୍ଚ । ଗତକାଲି ରାତିରେ ପାଖାପାଖି ୨ ଘଣ୍ଟା ଏଏସଆଇ ଗୋପାଳକୃଷ୍ଣ ଦାସଙ୍କୁ ଜେରା କରିଛି କ୍ରାଇମବ୍ରାଞ୍ଚ । ଏଡିଜି ଅରୁଣ ବୋଥ୍ରା ଗୋପାଳ ଦାସଙ୍କୁ ପ୍ରାୟ ୫୦ରୁ ଅଧିକ ପ୍ରଶ୍ନ ପଚାରି ଥିବା ସୂଚନା ମିଳିଛି ।

ଝାରସୁଗୁଡା: ନବ ଦାସଙ୍କୁ ଗୁଳିମାଡ ଘଟଣାର କାରଣ ଖୋଜୁଛି କ୍ରାଇମବ୍ରାଞ୍ଚ । ଗତକାଲି ରାତିରେ ପାଖାପାଖି ୨ ଘଣ୍ଟା ଏଏସଆଇ ଗୋପାଳକୃଷ୍ଣ ଦାସଙ୍କୁ ଜେରା କରିଛି କ୍ରାଇମବ୍ରାଞ୍ଚ । ଏଡିଜି ଅରୁଣ ବୋଥ୍ରା ଗୋପାଳ ଦାସଙ୍କୁ ପ୍ରାୟ ୫୦ରୁ ଅଧିକ ପ୍ରଶ୍ନ ପଚାରି ଥିବା ସୂଚନା ମିଳିଛି ।

Naba Das Death Case

ଏଥି ସହିତ ଗୋପାଳଙ୍କ ହ୍ୟାଣ୍ଡ ସ୍ୱାବ ନିଆଯାଇଛି । ସେ ପିନ୍ଧିଥିବା ପୋଲିସ ପୋଷାକକୁ ମଧ୍ୟ ଜବତ କରିଛି କ୍ରାଇମବ୍ରାଞ୍ଚ । ସେହିପରି ନବ ଦାସଙ୍କ ପୋଷାକକୁ ମଧ୍ୟ ନେଇଛି କ୍ରାଇମବ୍ରାଞ୍ଚ । କେବଳ ସେତିକି ନୁହେଁ ଗୋପାଳଙ୍କ ଫୋନକୁ କ୍ରାଇମବ୍ରାଞ୍ଚ ନେଇଛି । ଗୁଳି କରିବା ପୂର୍ବରୁ ସେ କାହାକୁ କଲ୍ କରିଥିଲେ କି ? କିମ୍ବା ହ୍ୱାଟ୍ସଆପରେ କାହା ସହ କଥା ହୋଇଛନ୍ତି ସେ ବିଷୟରେ ତଦନ୍ତ ଜାରି ରହିଛି ।

ତେବେ ଗୋପାଳ ହତ୍ଯା ସମ୍ପର୍କରେ କଣ କହିଛନ୍ତି, ପ୍ରଶ୍ନଗୁଡ଼ିକର କି ଉତ୍ତର ରଖିଛନ୍ତି, ମନ୍ତ୍ରୀ ନବ ଦାସଙ୍କୁ କାହିଁକି ହତ୍ଯା କଲେ ସେ ସମ୍ପର୍କରେ କିଛି ଜଣାପଡ଼ିନାହିଁ। ଗଣମାଧ୍ଯମ ଆଗରେ ମୁହଁ ଖୋଲି ନାହାନ୍ତି ଏଡିଜି ଅରୁଣ ବୋଥ୍ରା।

ଅନ୍ୟପଟେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାରି ହତ୍ୟା ଘଟଣାରେ ସିବିଆଇ ତଦନ୍ତ ଦାବି କରିଛି ବିଜେପି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ଏହି ଘଟଣାରେ ମୁଁ ବହୁତ ମର୍ମାହତ । ଯେଉଁମାନେ ସୁରକ୍ଷା ଦାୟିତ୍ୱରେ ରହିବା କଥା ସେମାନଙ୍କ ଦ୍ୱାରା ହତ୍ୟା ହୋଇଛି । ଏହା ଏକ ଷଡଯନ୍ତ୍ର ହୋଇପାରେ ବୋଲି କହିଛନ୍ତି ଜୟନାରାୟଣ । କ୍ରାଇମବ୍ରାଞ୍ଚ ତଦନ୍ତରେ ଆମେ ସନ୍ତୁଷ୍ଟ ନୁହଁ । ଏହି ଘଟଣାରେ ସିବିଆଇ କିମ୍ବା ମାଜିଷ୍ଟ୍ରେଟ ସ୍ତରୀୟ ତଦନ୍ତ ହେଉ ବୋଲି ପ୍ରଶ୍ନ କହିଛନ୍ତି ଜୟନାରାୟଣ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+