Naba Das Murder Case : ଝାରସୁଗୁଡ଼ା ଜିଲ୍ଲା ଦୌରା ଜଜଙ୍କ କୋର୍ଟରେ ହାଜର ହେଲା ଅଭିଯୁକ୍ତ ଗୋପାଳ
Naba das Murder Case : ଓଡ଼ିଶାର ଦିବଙ୍ଗତ ନେତା ନବ ଦାସ ହତ୍ୟା ମାମଲା । ଏହି ମାମଲାରେ ଅଭିଯୁକ୍ତ ଗୋପାଳ ଦାସ ଝାରସୁଗୁଡ଼ା ଜିଲ୍ଲା ଦୌରା ଜଜଙ୍କ କୋର୍ଟରେ ହାଜର ହୋଇଛି । ଗତକାଲି ବିଳମ୍ବିତ ରାତିରେ ଗୋପାଳକୁ ଚୌଦ୍ୱାର ଜେଲରୁ ଝାରସୁଗୁଡ଼ା ନିଆ ଯାଇଥିଲା ।

ଗତ 13 ତାରିଖରେ ଗୋପାଳକୁ ଝାରସୁଗୁଡ଼ା ଜେଏମ୍ଏଫ୍ସି କୋର୍ଟରେ ହାଜର କରାଯାଇଥିଲା । ଏହାପରେ ମାମଲା ଉପର କୋର୍ଟକୁ ସ୍ଥାନାନ୍ତର ହୋଇଥିଲା । ବୁଧବାର ଜିଲ୍ଲା ଜଜଙ୍କ କୋର୍ଟରେ ଗୋପାଳର ପ୍ରଥମ ହାଜର ହେବା ପରେ ମାମଲା ଏଡିଜେ କୋର୍ଟକୁ ସ୍ଥାନାନ୍ତର ହୋଇଥିଲା ।
ଗୋପାଳ ଓକିଲ ଦେବାକୁ ମନା କରିବାରୁ ଷ୍ଟେଟ ଡିଫେନ୍ସ ଓକିଲ ନରେଶ ନାୟକଙ୍କୁ ଗୋପାଳର ମାମଲା ପରିଚାଳନା ପାଇଁ ନିଯୁକ୍ତ କରାଯାଇଛି । ଆସନ୍ତା 8 ତାରିଖରେ ଗୋପାଳର ପରବର୍ତ୍ତୀ ହାଜିରା ଥିବା ବେଳେ ସେହି ଦିନ ତା ବିରୋଧରେ ଚାର୍ଜ ଫ୍ରେମ ହେବ ବୋଲି ଓକିଲ ଶ୍ରୀ ନାୟକ ସୂଚନା ଦେଇଛନ୍ତି ।
ଖବର ଅନୁସାରେ, ଗତ ଜାନୁଆରୀ 29 ତାରିଖରେ ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା । ଅଭିଯୁକ୍ତ ଗୋପାଳକୁ ଘଟଣାସ୍ଥଳରୁ ପିସ୍ତଲ ସହ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଥିଲା । ଅଭିଯୁକ୍ତ ଗୋପାଳ ବର୍ତ୍ତମାନ ଜେଲରେ ଦିନ କାଟୁଛି । ଅଭିଯୁକ୍ତ ଗୋପାଳର ଗୁଜରାଟ ଗାନ୍ଧୀନଗର ସ୍ଥିତ ଫରେନସିକ୍ ଲ୍ୟାବରେ ପଲିଗ୍ରାଫ୍ ଓ ନାର୍କୋ ଟେଷ୍ଟ କରାଯାଇଥିଲା । ହତ୍ୟାକାଣ୍ଡର ପ୍ରକୃତ କାରଣ ଜାଣିବାକୁ ତଦନ୍ତ ଜାରି ରହିଛି ।












Click it and Unblock the Notifications