ନବଦାସ ହତ୍ୟା ମାମଲାରେ କୋର୍ଟରେ ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା : ପୂର୍ବତନ ମନ୍ତ୍ରୀ ତଥା ଝାରସୁଗୁଡ଼ାର ଟାଣୁଆ ନେତା ନବ ଦାସଙ୍କ ହତ୍ୟାକାଣ୍ଡର ଯାଞ୍ଚ କରୁଛି କ୍ରାଇମ ବ୍ରାଞ୍ଚ । ଏହି ମାମଲାରେ ଆଜି କ୍ରାଇମବ୍ରାଞ୍ଚ ଝାରସୁଗୁଡ଼ା JMFC କୋର୍ଟ ରେ ଚାର୍ଜସିଟ ଦାଖଲ କରିପାରେ । ମାମଲାର ତଦନ୍ତ କରି ଚାର୍ଜସିଟ ପ୍ରସ୍ତୁତ କରାଯାଇଛି । ଘଟଣାର ଅଭିଯୁକ୍ତ ଗୋପାଳ ଦାସକୁ ଦୋଷୀ ସାବ୍ୟସ୍ତ କରିବାକୁ କ୍ରାଇମବ୍ରାଞ୍ଚ ସମସ୍ତ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ରେକର୍ଡ କରି ଚାର୍ଜସିଟ୍ ପ୍ରସ୍ତୁତ କରିଛି ।
ଆପଣଙ୍କୁ କହି ରଖୁଛୁ, ଜାନୁୟାରୀ 29 ତାରିଖରେ ବ୍ରଜରାଜନଗର ଗାନ୍ଧୀ ଛକ ନିକଟରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ବେଳେ ପୋଲିସ୍ ଗୁଳିରେ ପ୍ରାଣ ହରାଇଥିଲେ ନବଦାସ । ଏହି ମାମଲାରେ ଅଭିଯୁକ୍ତ ଗୋପାଳକୁ ଘଟଣାସ୍ଥଳରୁ ପିସ୍ତଲ ସହ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଥିଲା ।
ଏହା ପରେ ଗୋପାଳକୁ ଜେରା କରିବା ସହ ଗୁଜରାଟ ଗାନ୍ଧୀନଗର ସ୍ଥିତ ଫରେନସିକ୍ ଲ୍ୟାବରେ ପଲିଗ୍ରାଫ୍ ଓ ନାର୍କୋ ଟେଷ୍ଟ କରାଯାଇଥିଲା । ଦିଲ୍ଲୀ ଫରେନସିକ୍ ଲ୍ୟାବର ବିଶେଷଜ୍ଞଙ୍କ ଦ୍ୱାରା ଝାରସୁଗୁଡ଼ାରେ ଗୋପଳର ହୋଇଥିବା ଏଲଭିଏ ଟେଷ୍ଟର ମଧ୍ୟ ତର୍ଜମା କରାଯାଇଥିଲା । ବିଶେଷଜ୍ଞ ଦଳ ମଧ୍ୟ ମାନସିକ ସ୍ଥିତିର ପରୀକ୍ଷା କରିଥିଲେ ।












Click it and Unblock the Notifications