ନବ ଦାସ ହତ୍ୟା ମାମଲା; ଝାରସୁଗୁଡ଼ା ବିମାନବନ୍ଦରରେ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଯାଞ୍ଚ କରିବ ଟିମ୍

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ଟିମ୍‌ ଶୁକ୍ରବାର ଚତୁର୍ଥ ଦିନରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି। ତଦନ୍ତ ବେଳେ କ୍ରାଇମବ୍ରାଞ୍ଚ ଟିମ୍‌ ଝାରସୁଗୁଡ଼ା ବିମାନ ବନ୍ଦରରୁ ନବ ଦାସଙ୍କୁ ଏୟାର ଲିଫ୍ଟ କରିବା ସମୟର ସମସ୍ତ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଯାଞ୍ଚ କରିବ ବୋଲି ଜଣାପଡିଛି। ଏପରିକି ପୂର୍ବରୁ କ୍ରାଇମବ୍ରାଞ୍ଚ ଟିମ୍‌ ଏୟାର ଲିଫ୍ଟ ସମୟର ସମସ୍ତ ତଥ୍ୟ ମାଗିସାରିଛି। ତାହା ନେଇ କ୍ରାଇମବ୍ରାଞ୍ଚ ଟିମ୍‌ ଆସିବ ବୋଲି ଏକ ବିଶେଷ ସୂତ୍ରରୁ ଜଣାପଡିଛି।

Naba Das murder case

ଏପରିକି କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟାରେ ନୂତନ ପ୍ରମାଣ ଯୋଗାଡ଼ କରୁଛି। ଏନେଇ ଅତିରିକ୍ତ ତଦନ୍ତ ଚାଲିଛି। ଏହା କେତେ ଦିନ ପର୍ଯ୍ୟନ୍ତ ଚାଲିବ ଆମେ ମଧ୍ୟ ଜାଣି ନାହୁଁ ବୋଲି କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସ୍‌ପି ବିଜୟ ମଲ୍ଲିକ ଗୁରୁବାର ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ କହିଥିଲେ।

ମଲ୍ଲିକ ଆହୁରି କହିଥିଲେ ଯେ, ନବ ଦାସଙ୍କୁ ବାଜିଥିବା ଗୁଳି ଏ ଯାଏ ମିଳିନି। ସେ ଗୁଳି ନ ପାଇଲେ କହିହେବ ନାହିଁ ଯେ ତାହା ପୋଲିସର ଗୁଳି ନା ଆଉ କାହାର। ତେଣୁ ନବ ଦାସଙ୍କ ହତ୍ୟା ଗୋପାଳ ଦାସଙ୍କ ଗୁଳିରେ ହୋଇଥିଲା ନା ଆଉ କାହା ଗୁଳିରେ। ଇସିଜି ରିପୋର୍ଟ କୋର୍ଟରେ ପୂର୍ବରୁ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଦେଇ ନ ଥିବା ପ୍ରଶ୍ନର ଉତ୍ତର ରଖି ସେ କହିଥିଲେ ଯେ, ଡକ୍ୟୁମେଣ୍ଟ ଭେରିଫିକେଶନ ହେବା ପରେ ଏହାର ଉତ୍ତର ଦିଆଯିବ। ବର୍ତ୍ତମାନ କୌଣସି ଡକ୍ୟୁମେଣ୍ଟ କିମ୍ବା ସାମଗ୍ରୀ ସିଜ୍‌ କରାଯାଇନାହିଁ, ଦରକାର ପଡିଲେ ସିଜ୍‌ କରିବୁ ବୋଲି ମଲ୍ଲିକ କହିଛନ୍ତି।

ତଦନ୍ତର ତୃତୀୟ ଦିନରେ କ୍ରାଇମ୍ବ୍ରାଞ୍ଚ ଟିମ୍‌ ଝାରସୁଗୁଡା ମୁଖ୍ୟ ଡାକ୍ତରଖାନା ଏବଂ ନବ ଦାସଙ୍କୁ ହତ୍ୟା କରାଯାଇଥିବା ବ୍ରଜରାଜନଗରସ୍ଥିତ ଗାନ୍ଧୀ ଛକରେ ପହଞ୍ଚି ତଦନ୍ତ କରିଥିଲା। ଏପରିକି ଗୋପାଳ ଦାସଙ୍କ ଭାଇ ହୋଟେଲ କରିଥିବା ଘର ମାଲିକ ଏବଂ ପାର୍ଶ୍ୱବର୍ତ୍ତୀ ଦୋକାନରେ ପଚରାଉଚରା କରିଥିଲା।

ପରେ ଝାରସୁଗୁଡ଼ା ମୁଖ୍ୟ ଡାକ୍ତରଖାନାରେ ପହଞ୍ଚି ଥିଲା କ୍ରାଇମବ୍ରାଞ୍ଚ ଟିମ୍‌। ମୁଖ୍ୟ ଡାକ୍ତରଖାନାର ତତ୍କାଳୀନ ସିଡିଏମ୍‌ଓ ଡୋଳାମଣି ପଟେଲଙ୍କୁ ନବ ଦାସ ହତ୍ୟାକାଣ୍ଡ ଦିନର ସମସ୍ତ ତଥ୍ୟ ପଚାରିବା ପରେ ୧୬୧ରେ ତାଙ୍କ ବୟାନ ରେକର୍ଡ କରାଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+