ବିପର୍ଯ୍ୟୟ ପରିଚାଳନା ପାଇଁ ଓଡ଼ିଶାକୁ ଜାତୀୟ ପୁରସ୍କାର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
ବିପର୍ଯ୍ୟୟ ପରିଚାଳନାରେ ଶ୍ରେଷ୍ଠତା ପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ -ଓସ୍ଡମାକୁ ‘ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର-୨୦୨୩’ ପ୍ରଦାନ କରାଯାଇଛି ।

ନୂଆଦିଲ୍ଲୀ: ବିପର୍ଯ୍ୟୟ ପରିଚାଳନାରେ ଶ୍ରେଷ୍ଠତା ପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ -ଓସ୍ଡମାକୁ 'ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର-୨୦୨୩' ପ୍ରଦାନ କରାଯାଇଛି । ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପୁରସ୍କାର ପ୍ରଦାନ କରିଛନ୍ତି । ଏଥି ସହିତ ଓଡ଼ିଶାର ବିପର୍ଯ୍ୟୟ ପରିଚାଳନାକୁ ଖୁବ୍ ପ୍ରଶଂସା କରିଛନ୍ତି ମୋଦି ।
ବାତ୍ୟାଠୁ ବନ୍ୟା ଭଳି ବିପର୍ଯ୍ୟୟ ସମୟରେ ଓଡ଼ିଶାର ପରିଚାଳନା ଖୁବ ଭଲ । ଏଥିପାଇଁ ଓଡିଶାକୁ ବିପର୍ଯ୍ୟୟ ପରିଚାଳନା ପୁରସ୍କାର ମିଳିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଲଗାତାର ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଭଲ ପ୍ରଦର୍ଶନ କରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ।
ଓସଡମା ପକ୍ଷରୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପୁରସ୍କାର ଗ୍ରହଣ କରିଥିଲେ। ଏହି ପୁରସ୍କାର ବାବଦକୁ ୫୧ ଲକ୍ଷ ଟଙ୍କାର ଅର୍ଥରାଶି ସହିତ ସାର୍ଟିଫିକେଟ ପ୍ରଦାନ କରାଯାଇଛି । ନ୍ୟାସନାଲ୍ ପ୍ଲାଟ୍ଫର୍ମ ଫର ଡିଜାଷ୍ଟର ରିସ୍କ ରିଡକ୍ସନ ପ୍ରୋଗ୍ରାମ ତୃତୀୟ ଅଧିବେଶନରେ ଏହି ପୁରସ୍କାର ପ୍ରଦାନ କରାଯାଇଛି କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ନେତାଜୀ ଜୟନ୍ତୀରେ ଏହି ପୁରସ୍କାର ଘୋଷଣା କରାଯାଏ । ଓସ୍ଡମା ଓ ମିଜୋରାମର ଲୁଙ୍ଗଲେଇ ଦମକଳ କେନ୍ଦ୍ରକୁ ଏହି ପୁରସ୍କାର ପ୍ରଦାନ କରାଯିବା ନେଇ କେନ୍ଦ୍ର ସରକାର ଘୋଷଣା କରିଥିଲେ।
1999 ମସିହା ବାତ୍ୟାରେ ଅନେକ ଧନ ଜୀବନ ନଷ୍ଟ ହୋଇଥିଲା । ଏହା ଅନେକ କିଛି ଶିକ୍ଷା ଦେଇଛି । ଏହାପରେ ଆହୁରି 7 ଟି ବାତ୍ୟା କୁ ସମ୍ମୁଖୀନ କରିଛି ଓଡ଼ିଶା । କିନ୍ତୁ କୌଣସି ଧନ ଜୀବନ ନଷ୍ଟ ହୋଇନାହିଁ । ଓଡିଶା ପ୍ରଥମ ରାଜ୍ୟ ଯିଏ କି, ଅଗ୍ନିଶମ ବିଭାଗକୁ multi tasking force ଭାବେ ବ୍ୟବହାର କରିଛି ।












Click it and Unblock the Notifications