କାଲିଠୁ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ

କାଲିଠୁ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ । ୨୯ ଓ ୩୦ ଦୁଇ ଦିନ ଧରି ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ । ଏନେଇ ସୂଚନା ଦେଲେ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ।

ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ଆଲୋଚନା ହେବ । ଦୀର୍ଘ ୩୧ ବର୍ଷ ପରେ ଏହା ଓଡ଼ିଶାରେ ଆୟୋଜନ କରାଯାଉଛି ।
ଲୋକସଭା ବାଚସ୍ପତି, ରାଜ୍ୟସଭା ଉପାଧ୍ୟକ୍ଷ, କେନ୍ଦ୍ର ମନ୍ତ୍ରୀ ଭାଗ ନେବେ। ଉଦଯାପନୀ ପରେ ପ୍ରତିନିଧିଙ୍କୁ କୋଣାର୍କ ସହ ଶ୍ରୀଜିଉଙ୍କ ଦର୍ଶନ ପାଇଁ ନିଆଯିବ ।

National Conference of the Parliamentary Committee

ଏହାକୁ ଲୋକସଭାର ବାଚସ୍ପତି ଓମ୍ ବିର୍ଲା ଉଦଘାଟନ କରିବେ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀମାନେ ଯୋଗଦେବେ । ଏଥିରୁ ସାରା ଦେଶରୁ ୨୪୦ରୁ ଅଧିକ ଜଣ ପ୍ରତିନିଧି ଯୋଗ ଦେବେ । ଏହି ସମ୍ମିଳନୀର ବିଷୟବସ୍ତୁ ହେଉଛି ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା । ଯାହା ସମ୍ପର୍କରେ ଆଲୋଚନା ହେବ । ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ସମେତ ରାଜ୍ୟ ମନ୍ତ୍ରୀମାନେ ଉଦବୋଧନ ଦେବେ ।

ଏ ନେଇ ଆଜି ବିଧାନସଭା ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା । ଦୁଇ ଦିନ ଧରି ଲୋକସେବା ଭବନ କନଭେନସନରେ ଏହି ସମ୍ମିଳନୀ ଆୟୋଜିତ ହେବ । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ବିଭିନ୍ନ ରାଜ୍ୟ ନେଇଥିବା ପଦକ୍ଷେପକୁ ଏହି ସମ୍ମିଳନୀରେ ଉପସ୍ଥାପନ କରାଯିବ ।

୩୧ ବର୍ଷ ପରେ ଏହା ଓଡ଼ିଶାରେ ଆୟୋଜନ କରାଯାଉଛି । ଓଡ଼ିଶାର ହସ୍ତଶିଳ୍ପ, କାରିଗରୀ, ସଂସ୍କୃତି ଓ କଳାକୁ ନେଇ ଏକ ପ୍ରଦର୍ଶନୀ ସହ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ । ଉଦଯାପନୀ ପରେ ପ୍ରତିନିଧିମାନଙ୍କୁ କୋଣାର୍କ ସହ ଶ୍ରୀଜଗନ୍ନାଥ ଦର୍ଶନ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+