ରାଜ୍ୟରେ‘ଅଷ୍ଟମ ଜାତୀୟ ହସ୍ତତନ୍ତ ଦିବସ' ପାଳିତ ,ଯୋଗଦେଲେ ଜାତୀୟ ଓ ରାଜ୍ୟ ପୁରସ୍କାରପ୍ରାପ୍ତ ବୁଣାକାର
National Handloom Day celebrated in State:National Handloom Day celebrated in the State involving National and state level weaver
ଭୁବନେଶ୍ୱର: ଆଜି ସମଗ୍ର ଦେଶରେ ପାଳିତ ହେଉଛି 'ଅଷ୍ଟମ ଜାତୀୟ ହସ୍ତତନ୍ତ ଦିବସ'। ଐତିହ୍ୟସଂପନ୍ନ ଓ ବହୁପୁରାତନ ପାରମ୍ପରିକ ହସ୍ତତନ୍ତ କଳା ପ୍ରତି ଆଗ୍ରହ ସୃଷ୍ଟି କରିବା ଏବଂ ଏହି ସଂସ୍କୃତି ଓ କଳା ସହିତ ବଂଶାନୁକ୍ରମେ ଜଡ଼ିତ ବୁଣାକାରମାନଙ୍କ ସମ୍ମାନାର୍ଥେ ପ୍ରତ୍ୟକ ବର୍ଷ ଏହି ଦିବସକୁ ପାଳନ କରାଯାଏ । ଦେଶରେ ଓଡ଼ିଶାର ରୁଦ୍ଧିମନ୍ତ ହସ୍ତତନ୍ତ ବସ୍ତ୍ର ବିଶେଷ କରି ବାନ୍ଧବସ୍ତ୍ରର ଏକ ସ୍ୱତନ୍ତ୍ର ସ୍ଥାନ ରହିଛି । ହସ୍ତତନ୍ତ କ୍ଷେତ୍ର ଲକ୍ଷ ଲକ୍ଷ ବୁଣାକାର ମାନଙ୍କୁ ଜୀବିକା ଯୋଗାଇବା ସହ ରୋଜଗାରକ୍ଷମ ମଧ୍ୟ କରିପାରିଛି ।

ତେବେ ଆଜିର ଦିନ ଅର୍ଥାତ୍ ଅଗଷ୍ଟ ୭ ତାରିଖରେ ହସ୍ତତନ୍ତ ଦିବସ ପାଳନ କରିବା ପଛରେ ରହିଛି ଏକ କାରଣ । ୧୯୦୫ ମସିହାରେ ଏହି ତାରିଖରେ କଲିକତାର ଟାଉନ୍ ହଲ୍ରେ ଆୟୋଜିତ ସ୍ୱଦେଶୀ ଆନ୍ଦୋଳନରେ ବିଦେଶୀ ବସ୍ତ୍ର ବର୍ଜନ କରି ସ୍ୱଦେଶୀ ବସ୍ତ୍ର ପରିଧାନ କରିବା ପାଇଁ ସିଦ୍ଧାନ୍ତ ଗ୍ରହଣ କରାଯାଇଥିଲା। ଏଣୁ ଭାରତର କଳା ସଂସ୍କୃତିକୁ ରୁଦ୍ଧିମନ୍ତ କରିଥିବା ହସ୍ତତନ୍ତ କଳାକୁ ସର୍ବଜନବିଦିତ କରିବା ତଥା ସଂରକ୍ଷିତ କରି ଏହାକୁ ପ୍ରୋତ୍ସାହିତ କରିବା ପାଇଁ ଏହି ଦିନଟିକୁ ସର୍ବଭାରତ ସ୍ତରରେ ଜାତୀୟ ହସ୍ତତନ୍ତ ଦିବସ ରୂପେ ପାଳନ କରାଯାଉଛି ।

ଆଜି ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ହସ୍ତତନ୍ତ,ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ବୁଣାକାର ଓ କାରିଗରମାନଙ୍କୁ ଏହି ଅବସରରେ ଶୁଭେଚ୍ଛା ଜଣାଇବା ସହିତ ଓଡ଼ିଶା ହସ୍ତତନ୍ତର ଆଦିଭୂମି ଭାବେ ବିଶ୍ୱପ୍ରସିଦ୍ଧ ବୋଲି କହିଥିଲେ ମନ୍ତ୍ରୀ । ଏହ ଅବସରରେ ବୟନ ଓ ହସ୍ତତନ୍ତ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ କୁମାର ଦାଶ ସ୍ୱାଗତ ଭାଷଣ ଦେଇ କାର୍ଯ୍ୟକ୍ରମର ଆରମ୍ଭ କରିଥିଲେ । ଭୁବନେଶ୍ୱର(କେନ୍ଦ୍ର ) ବିଧାୟକ ଅନନ୍ତ ନାରାୟଣ ଜେନା ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ସଂପର୍କରେ କହିଥିଲେ ।

ଓଡ଼ିଶାର ବିଭିନ୍ନ ଜିଲାରୁ ଓଡ଼ିଶାର ଗର୍ବ ଓ ଗୌରବ ଅନେକ ସନ୍ଥକବିର,ଜାତୀୟ ଓ ରାଜ୍ୟ ପୁରସ୍କାରପ୍ରାପ୍ତ ବୁଣାକାରଙ୍କ ସହ ଅନେକ ବୁଣାକାର ଯୋଗଦେଇଥିଲେ । ୭୫ ବର୍ଷରୁ ଅଧିକ ସମୟ ଧରି ରାଜ୍ୟରେ ବୁଣାକାରଙ୍କ ସେବାରେ କାର୍ଯ୍ୟରତ ଥିବା ପଦ୍ମନାଭପୁର ତନ୍ତୁବାୟ ସହଯୋଗ ସମିତି, ବ୍ରହ୍ମପୁର, ଗଞ୍ଜାମ, ସଦରଥାନା ତନ୍ତୁବାୟ ସହଯୋଗ ସମିତି, ଖୋର୍ଦ୍ଧା ଏବଂ ଖୋର୍ଦ୍ଧା ତନ୍ତୁବାୟ ସହଯୋଗ ସମିତି, ଖୋର୍ଦ୍ଧାଙ୍କୁ ପ୍ରତ୍ୟେକ ଏକ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା । ସେହିପରି ଗତ ତିନି ବର୍ଷର ହାରାହାରି ବ୍ୟବସାୟକୁ ଆଧାର କରି ସର୍ବାଧିକ ହସ୍ତତନ୍ତ ବସ୍ତ୍ର ବ୍ୟବସାୟ କରିଥିବା ଗମିଲୋ ତନ୍ତୁବାୟ ସହଯୋଗ ସମିତି,ଆଠଗଡ଼, କଟକଙ୍କୁ ପ୍ରଥମ ପୁରସ୍କାର ବାବଦରେ ତିନି ଲକ୍ଷ ଟଙ୍କା, ଜାଲପାଲି ତନ୍ତୁବାୟ ସହଯୋଗ ସମିତି, ବରଗଡ଼ଙ୍କୁ ଦ୍ୱିତୀୟ ପୁରସ୍କାର ବାବଦରେ ୨ ଲକ୍ଷ ଟଙ୍କା ଏବଂ ଲୁରୁପାଲି ତନ୍ତୁବାୟ ସହଯୋଗ ସମିତି, ବରଗଡ଼ଙ୍କୁ ତୃତୀୟ ପୁରସ୍କାର ଭାବେ ଏକ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications