କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣା,ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଲେ ଜାତୀୟ ମାନବାଧିକାର କମିଶନ
ଏସସିବି ମେଡିକାଲ ଟ୍ରମା କେୟାରରେ ଅଗ୍ନିକାଣ୍ଡ ଘଟି 10 ଜଣଙ୍କ ମୃତ୍ୟୁ ହୋଇଛି । କଟକର ଏସସିବି ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲର ଆଶୁ ଚିକିତ୍ସା ବିଭାଗର ଟ୍ରମା କେୟାର ଆଇସିୟୁରେ ଗତ ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ କରି ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ମୃତକଙ୍କ ପରିବାରବର୍ଗଙ୍କ ପାଇଁ 25 ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିବା ସହ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଚିକିତ୍ସିତ ହେଉଥିବା ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ଭେଟି ଆଶ୍ଵାସନା ଦେଇଛନ୍ତି । ଆଇସିୟୁରୁ ସ୍ଥାନାନ୍ତରିତ ହୋଇଥିବା ଅନ୍ୟ ରୋଗୀଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ବିଭାଗ ତଥା ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏସସିବି ମେଡିକାଲ ଅଗ୍ନି ନିର୍ବାପକ ବ୍ୟବସ୍ଥାକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରି ତୁରନ୍ତ Fire Compliant କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଗ୍ନିଶମ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।












Click it and Unblock the Notifications