ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା ୨୦୨୨: ପ୍ରଦର୍ଶିତ ହେଉଛି ସୁନାମଧନ୍ୟ ବସ୍ତ୍ର ଓ ପରିଧାନ

‘ ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା ' ଅକ୍ଟୋବର ୯ ତାରିଖ ପର୍ଯ୍ୟନ୍ତ ଜନସାଧାରଣଙ୍କ ନିମନ୍ତେ ଖୋଲା ରହିବ ।

ଭୁବନେଶ୍ୱର: ଆମ ଦେଶ ଭାରତର ସମସ୍ତ ବୟନ କଳାକୁ ଗୋଟିଏ ସ୍ଥାନରେ ପ୍ରଦର୍ଶିତ କରାଇବା ପାଇଁ ତଥା ଏହାର ବାଣିଜ୍ୟିକ ଆଭିମୁଖ୍ୟକୁ ତ୍ଵରାନ୍ଵିତ କରି ଏଥିରେ ସଂପୃକ୍ତ ବୁଣାକାରମାନଙ୍କ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ବୟନିକା ଦ୍ଵାରା ୟୁନିଟ୍‌ - ୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ୨୧ତମ ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳାର ଆୟୋଜିତ ହୋଇଛି । ଏହି ' ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା ' ଅକ୍ଟୋବର ୯ ତାରିଖ ପର୍ଯ୍ୟନ୍ତ ଜନସାଧାରଣଙ୍କ ନିମନ୍ତେ ଖୋଲା ରହିବ । ଆଜି ସନ୍ଧ୍ୟାରେ ହସ୍ତତନ୍ତ , ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ ଏହି ମେଳାକୁ ଉଦ୍‌ଘାଟନ କରିଛନ୍ତି । ଏହି ଉଦ୍‌ଘାଟନୀ ଉତ୍ସବରେ ଭୁବନେଶ୍ଵର ବିଧାୟକ ଅନନ୍ତ ନାରାୟଣ ଜେନା , ବିଭାଗୀୟ କମିଶନର ତଥା ଶାସନ ସଚିବ ଶୁଭା ଶର୍ମା , ବୟନଶିଳ୍ପ ଓ ହସ୍ତତନ୍ତ ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ , ବୟନିକାର ପରିଚାଳନା ନିର୍ଦ୍ଦେଶକ ଶ୍ୟାମଭକ୍ତ ମିଶ୍ର ଏବଂ ବୟନଶିଳ୍ପ ନିର୍ଦ୍ଦେଶାଳୟ ଓ ବୟନିକାର ପଦାଧୂକାରୀବୃନ୍ଦ ଯୋଗ ଦେଇଥିଲେ ।

handloom fair
ଏହି ମେଳାରେ ୨୧୫ଟି ଷ୍ଟଲ ଖୋଲାଯାଇଛି । ଏଥି ମଧ୍ୟରୁ ୧୧୫ଟି ଷ୍ଟଲ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ ସଂସ୍ଥା ଓ ସମିତିମାନଙ୍କୁ ପ୍ରଦର୍ଶନୀ ନିମନ୍ତେ ଦିଆଯାଇଛି । ଅନ୍ୟ ୧୦୦ଟି ଷ୍ଟଲ ଅନ୍ୟ ରାଜ୍ୟର ଅଂଶଗ୍ରହଣକାରୀ ସଂସ୍ଥାଙ୍କୁ ଆବଣ୍ଟନ କରାଯାଇଛି । ଏହି ମେଳାରେ ଉତ୍ତରପ୍ରଦେଶ , ଜାମ୍ମୁ ଓ କାଶ୍ମୀର , ରାଜସ୍ଥାନ , ମଧ୍ୟପ୍ରଦେଶ , ମହାରାଷ୍ଟ୍ର , ପଶ୍ଚିମବଙ୍ଗ , ବିହାର , ଆନ୍ଧ୍ରପ୍ରଦେଶ , ତାମିଲନାଡୁ , କର୍ଣ୍ଣାଟକ , ହରିୟାନା ଏବଂ ଓଡ଼ିଶାର ବିଭିନ୍ନ ସଂସ୍ଥା / ସମିତି ଅଂଶଗ୍ରହଣ କରି ସେମାନଙ୍କର ବିଭିନ୍ନ ହସ୍ତତନ୍ତ ବସ୍ତ୍ର ଓ ପରିଧାନର ପ୍ରଦର୍ଶନ ଓ ବିକ୍ରୟ କରୁଛନ୍ତି ।

ଏହି ପ୍ରଦର୍ଶନୀରେ ଓଡ଼ିଶାର ବାନ୍ଧବସ୍ତ୍ର ସହ ପଶ୍ଚିମବଙ୍ଗର ଜାମଦାନି ଓ ଟାଙ୍ଗାଇଲ୍ , ଗୁଜୁରାଟର ପଟୋଲା , ଲକ୍ଷ୍ନୌର ଚିକେନକାରୀ , ଜାମ୍ମୁ ଓ କାଶ୍ମୀରର ପଦ୍ମିନା - ସାଲ୍ , ତାମିଲନାଡୁର କାଞ୍ଜିବରମ୍ ପାଟଶାଢ଼ି , ଦିଲ୍ଲୀ , ହରିୟାନାର ଫର୍ନିସିଙ୍ଗ୍ ବସ୍ତ୍ର , ପଞ୍ଜାବର କମ୍ବଳ ଓ କର୍ଣ୍ଣାଟକର ଶିକ୍ତ ଶାଢ଼ି ଆଦି ହସ୍ତତନ୍ତ ବସ୍ତ୍ର ଗ୍ରାହକଙ୍କ ପାଇଁ ଉପଲବ୍ଧ ହେଉଛି । ଏହି ମେଳା ପ୍ରତ୍ୟହ ଦିବା ୧୧.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ଚାଲିବ । ଏହି ମେଳାରେ ଓଡ଼ିଶାର ପ୍ରତ୍ୟେକ ଷ୍ଟଲରେ ପ୍ରତ୍ୟେକ ବସ୍ତ୍ର ବିକ୍ରି ଉପରେ ସ୍ଵତନ୍ତ୍ର ରିହାତି ଦେବାର ବ୍ୟବସ୍ଥା କରାଯାଇଛି । କୋଭିଡ୍ ଗାଇଡ୍‌ଲାଇନ୍‌ର କଡ଼ାକଡ଼ି ଅନୁପାଳନ ନିମନ୍ତେ ସମସ୍ତ ପଦକ୍ଷେପ ନିଆଯାଇଛି । ସାମାଜିକ ଦୂରତା ରଖୁବା ଓ ମାସ୍କ ପିନ୍ଧିବା ସମସ୍ତଙ୍କ ପାଇଁ ବାଧ୍ୟତାମୂଳକ କରାଯାଇଛି ।

ଏଠାରେ ଦେଶର ସମସ୍ତ ରାଜ୍ୟର ହସ୍ତତନ୍ତ ବସ୍ତ୍ର ସହ ପାରମ୍ପରିକ ଖାଦ୍ୟ , ଖେଳକୁଦ ଓ ପ୍ରତ୍ୟେକ ସନ୍ଧ୍ୟାରେ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯାଇଛି । ଏହି ମେଳାରେ ବହୁସଂଖ୍ୟାରେ ଯୋଗଦେବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ଗତବର୍ଷ ଏହି ମେଳାରେ ୧୦ କୋଟି ଟଙ୍କାର ବ୍ୟବସାୟ ହୋଇଥିଲା । ଚଳିତ ବର୍ଷ ପୂଜା ଉପଲକ୍ଷେ ୧୨ କୋଟିରୁ ଅଧୁକ ବ୍ୟବସାୟ ହେବ ବୋଲି ଆଶା କରାଯାଉଛି । ଏହି ମେଳାକୁ ବୟନଶିଳ୍ପ ନିର୍ଦ୍ଦେଶାଳୟ ଓ ହସ୍ତତନ୍ତ , ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+