ଜାନୁଆରୀ ୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ, 5T ଅଧ୍ୟକ୍ଷ କହିଲେ ମା ଙ୍କ ଆର୍ଶୀବାଦରୁ ସବୁ ଭଲରେ ହେବ
ଭୁବନେଶ୍ୱର : ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ । ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ । ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ ।

ମା ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମା'ଙ୍କ ପାଇଁ ସିନ୍ଦୁର ଆସିବ । ମା'ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା'ଙ୍କ ପୀଠ ଓ ସମ୍ବଲପୁର ସହରର ଉନ୍ନତି ପାଇଁ ସେ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି। ଆଗାମୀ ଦିନରେ ମଧ୍ୟ ଏହି କାର୍ଯ୍ୟ ଜାରି ରହିବ । 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମା'ଙ୍କ ଆଶୀର୍ବାଦରୁ ସବୁ କାମ ଭଲରେ ଭଲରେ ଚାଲିଛି ଏବଂ ଆଗକୁ ମଧ୍ୟ ସବୁ କାମ ଭଲରେ ହେବ। ସମସ୍ତଙ୍କ ସହଯୋଗରେ ରୂପାନ୍ତର କାମ ଜାରି ରହିବ ।
ସୂଚନାଯୋଗ୍ୟ ଯେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିର ଷୋଡଶ ଶତାଦ୍ଦୀର ଏକ ପ୍ରସିଦ୍ଧ ପୀଠ। ଏହାର ଉନ୍ନତି ପାଇଁ ୨୦୨୧ ମସିହାରେ ମୁଖ୍ୟମନ୍ତ୍ରୀ ସମଲେଇ (Samaleswari Temple Area Management and Local Economy Initiatives) ପ୍ରକଳ୍ପ ଆରମ୍ଭ କରିଛନ୍ତି । ଏଥିପାଇଁ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଭକ୍ତ ମାନଙ୍କ ପାଇଁ ଏକ ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି । ମନ୍ଦିର ସହିତ ମହାନଦୀ ଘାଟର ମଧ୍ୟ ଉନ୍ନତିକରଣ କରାଯାଉଛି । ଏହି ପ୍ରକଳ୍ପର ସଠିକ କାର୍ଯ୍ୟାନ୍ବୟନ ପାଇଁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ ଅନେକ ଥର ସମ୍ବଲପୁର ଯାଇ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଛନ୍ତି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications