ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟିବାକୁ ଚେନ୍ନାଇ ଗଲେ ନବୀନ

ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଚେନ୍ନାଇ ଯାଇଛନ୍ତି । ସେ ଆଜି ସନ୍ଧ୍ୟା ୭ଟାରେ ସ୍ୱତନ୍ତ୍ର ଏୟାରକ୍ରାଫ୍ଟରେ ଚେନ୍ନାଇ ଯାଇ ରାତି ପ୍ରାୟ ୧୨ଟାରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି । ବିଜେଡିର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାର ଦେଓଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ପାଇଁ ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲକୁ ଯାଇଥିବା ଜଣାପଡ଼ିଛି ।

naveen patnaik

ତାଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଚେନ୍ନାଇ ଯାଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରୁ ସିଧାସଳଖ ଭୁବନେଶ୍ୱର ବିମାନ ବନ୍ଦର ଅଭିମୁଖେ ଗସ୍ତ କରିଛନ୍ତି । ସନ୍ଧ୍ୟା ୭ଟାରେ ଏକ ସ୍ୱତନ୍ତ୍ର ଏୟାରକ୍ରାଫ୍ଟରେ ସେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ଚେନ୍ନାଇସ୍ଥିତ ଆନ୍ତର୍ଜାତିକ ବିମାନ ବନ୍ଦରକୁ ଯାତ୍ରା କରିଛନ୍ତି । ଚେନ୍ନାଇ ବିମାନ ବନ୍ଦରରୁ କାର ଯୋଗେ ସଡ଼କ ମାର୍ଗରେ ଆପୋଲୋ ହସ୍ପିଟାଲକୁ ଯିବେ । ସେଠାରେ ଭି.ସୁଜ୍ଞାନ କୁମାର ଦେଓଙ୍କ ସହ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଆଲୋଚନା କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+