ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା.....
ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ତେବେ ଏହାରି ମଧ୍ୟରେ ରାଜ୍ୟ ସଭା ନିର୍ବାଚନକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି କହିଛନ୍ତି, ଭାଜପା ଘୋଡ଼ା ବେପାର କରୁଛି। ଗଣତାନ୍ତ୍ରିକ ବ୍ୟବସ୍ଥାରେ ଏହା ଏକ ଅପରାଧ ବୋଲି ନବୀନ କହିଛନ୍ତି।

ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି। ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି। ସନ୍ଧ୍ୟା ୫.୩୦ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଦେବେ। ରାଜ୍ୟ ସଭା ନିର୍ବାଚନ ପରିଚାଳନା ଉପରେ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେବେ। ବିଜେଡି ବିଧାୟକମାନେ ଯୋଗ ଦେଇ ନିର୍ବାଚନ ପ୍ରକ୍ରିୟା ବାବଦରେ ବୁଝିବେ।
ରାଜ୍ୟ ସଭା ନିର୍ବାଚନ ମାର୍ଚ୍ଚ ୧୬ରେ ଅନୁଷ୍ଠିତ ହେବ। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଭକ୍ତ ଚରଣ ଦାସ ନିଜ ୮ ବିଧାୟକଙ୍କୁ ନେଇ ବେଙ୍ଗାଲୁରୁ ଚାଲି ଯାଇଛନ୍ତି। ମାତ୍ର ବାକି ୬ ଜଣ ବିଧାୟକ ଓଡ଼ିଶାରେ ଅଛନ୍ତି। ସେମାନେ ହେଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ବିଧାୟକ ତାରାପ୍ରସାଦ ବାହିନୀପତି, ରମେଶ ଜେନା, ସାଗର ଦାସ, ଦାଶରଥି ଗମାଙ୍ଗ ଏବଂ ସୋଫିଆ ଫିର୍ଦ୍ଦୋସ ଓଡ଼ିଶାରେ ଅଛନ୍ତି। ସବୁଠାରୁ ଆଶ୍ଚର୍ଯ୍ୟର ବିଷୟ ବିଧାୟକ ଦାଶରଥି ଗମାଙ୍ଗ କଂଗ୍ରେସର କୌଣସି ନେତାଙ୍କୁ ଧରାଛୁଆଁ ଦେଉନାହାନ୍ତି।












Click it and Unblock the Notifications