ନବୀନ ଦେଶର ତୃତୀୟ ଧନୀ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ନବୀନ

ଭୁବନେଶ୍ୱର: ଦେଶର 28 ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ଓ ତାଙ୍କ ନାଁରେ ଥିବା କ୍ରିମିନାଲ କେସ୍ ସମ୍ପର୍କରେ ରିପୋର୍ଟ ପ୍ରକାଶ କରିଛି ଏଡିଆର୍ । ଏହି ରିପୋର୍ଟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପୁଣି ରୋଲ୍ ମଡେଲ୍ ଭାବେ ଦର୍ଶାଯାଇଛି । ନବୀନଙ୍କ ନାମରେ ଗୋଟିଏ ହେଲେ କ୍ରିମିନାଲ କେସ୍ ନାହିଁ ।

Naveen patnaik

ସେହିପରି ଏହି ରିପୋର୍ଟ ଅନୁଯାୟୀ ନବୀନ ପଟ୍ଟନାୟକ ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ତୃତୀୟ ଧନୀ ବ୍ୟକ୍ତି ହୋଇଛନ୍ତି । ତାଲିକାର ଶୀର୍ଷରେ ଅଛନ୍ତି ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି । ତାଙ୍କ ପାଖରେ ମୋଟ 510 କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଅଛି । ଦ୍ୱିତୀୟ ସ୍ଥାନରେ ଅଛନ୍ତି ଅୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁ । ସେ ମୋଟ 163 କୋଟି ଟଙ୍କାର ମାଲିକ । ନବୀନ ପଟ୍ଟନାୟକଙ୍କ ପାଖରେ ଅଛି 63 କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ।

ସେହିଭଳି ସବୁଠାରୁ କମ୍ ସମ୍ପତ୍ତି ଥିବା ମୁଖ୍ୟମନ୍ତ୍ରୀ ତାଲିକାରେ ଅଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ମମତାଙ୍କ ପାଖରେ ମାତ୍ର 15 ଲକ୍ଷରୁ ଅଧିକ ଟଙ୍କାର ସ୍ଥାବର ଅସ୍ଥାବର ସମ୍ପତ୍ତି ରହିଛି । କେରଳ ଓ ହରିଆଣା ମୁଖ୍ୟମନ୍ତ୍ରୀଙ୍କ ପାଖରେ 1 କୋଟି ଟଙ୍କାର ସମ୍ପତି ଥିବା ଏ.ଡି.ଆର୍ ରିପୋର୍ଟରେ ଉଲ୍ଲେଖ ହୋଇଛି ।

ADR ରିପୋର୍ଟ ଅନୁଯାୟୀ, ରାଜ୍ୟ ସଭା ତଥା କେନ୍ଦ୍ର ଅଞ୍ଚଳରୁ ବିଶ୍ଳେଷଣ କରାଯାଇଥିବା 30 ଜଣ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରୁ 13 (43%) ମୁଖ୍ୟମନ୍ତ୍ରୀ ନିଜ ବିରୋଧରେ ଅପରାଧିକ ମାମଲା ଘୋଷଣା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+