78 ବର୍ଷରେ ପାଦ ଥାପିଲେ ନବୀନ ପଟ୍ଟନାୟକ, ଏଥର ପାଳିବେନି ଜନ୍ମଦିନ
ଭୁବନେଶ୍ୱର: ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ଜନ୍ମଦିନ । ଆଜି ନବୀନ 78 ବର୍ଷ ବୟସରେ ପାଦ ଥାପିଛନ୍ତି । ତେବେ ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ କହିଛନ୍ତି ।

ଗତ ମାସରେ ନବୀନଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି । ଯେଉଁ କାରଣରୁ ଚଳିତ ବର୍ଷ ସେ ଜନ୍ମଦିନ ପାଳନ କରିବେ ନାହିଁ । ଜନ୍ମଦିନ ଅବସରରେ ନବୀନ ନିବାସକୁ ଶୁଭେଚ୍ଛୁମାନଙ୍କୁ ନ ଆସିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ ନ କରିବା ଆଗରୁ ମଧ୍ୟ ଦେଖିବାକୁ ମିଳିଛି । ବାତ୍ୟା ଏବଂ ଦୁର୍ବିପାକ ଭଳି ସ୍ଥିତି ଉପୁଜିଥିବାବେଳେ ମଧ୍ୟ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିନଥିଲେ ।












Click it and Unblock the Notifications