ଜ୍ୟୋତି ବସୁଙ୍କୁ ପଛରେ ପକାଇ ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ରେକର୍ଡ଼। ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କୁ ପଛରେ ପକାଇ ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ନବୀନଙ୍କ ରାଜନୈତିକ କ୍ୟାରିଅରରେ ଯୋଡ଼ିହେଲା ନୂଆ ରେକର୍ଡ ।

୨୦୦୦ ମସିହା ମାର୍ଚ୍ଚ ୫ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ ନବୀନ । ଏବେ ଲଗାତର ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳି ଆସୁଛନ୍ତି ।

naveen_patnaik

ଜ୍ୟୋତି ବସୁ ପଶ୍ଚିମବଙ୍ଗରେ ସିପିଏମ୍‌ର ୩୪ ବର୍ଷ ସରକାରରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ହେଲେ ନବୀନ, ଜ୍ୟୋତି ବସୁଙ୍କ ଏହି ରେକର୍ଡ ଭାଙ୍ଗି ଦେଶର ଦ୍ୱିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଭାରତ ବର୍ଷରେ ଦ୍ବିତୀୟ ସର୍ବାଧିକ ସମୟ ଧରି ମୁଖ୍ୟମନ୍ତ୍ରୀ ପଦରେ ରହିବା ନେଇ ନବୀନଙ୍କ ନାଁରେ ଯୋଡ଼ିହୋଇଛି ନୂଆ ମାଇଲଖୁଣ୍ଟ । ଓଡ଼ିଶାବାସୀଙ୍କ ପାଇଁ ଏହା ଗର୍ବର ବିଷୟ ବୋଲି କହିଛି ବିଜେଡି।

naveen_patnaik

୧୯୯୭ ମସିହାରେ ନବୀନ ପଟ୍ଟନାୟକ ତାଙ୍କ ରାଜନୈତିକ କ୍ୟାରିଅର୍ ଆରମ୍ଭ କରିଥିଲେ । ଆଉ ମାର୍ଚ୍ଚ ୨୦୦୦ରେ ସେ ପ୍ରଥମ ଥର ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିଲେ।

ସିକ୍କିମର ପୂର୍ବତନ ମୁଖ୍ୟମନ୍ତ୍ରୀ ପୱନ କୁମାର ଚାମଲିଙ୍ଗ ଦେଶରେ ଦୀର୍ଘ ସମୟ ଧରି ମୁଖ୍ୟମନ୍ତ୍ରୀ ପଦରେ ରହିବାରେ ପ୍ରଥମ ସ୍ଥାନରେ ରହିଛନ୍ତି । ସେ ୧୯୯୪ ଡିସେମ୍ବର ୧୨ ରୁ ୨୦୧୯ ମେ ୨୭ ତାରିଖ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଥିଲେ।

ନମ୍ବର ଓ୍ବାନ ମୁଖ୍ୟମନ୍ତ୍ରୀ ସହ ବିଭିନ୍ନ ରେକର୍ଡ ରହିଛି ନବୀନଙ୍କ ନାଁରେ । ଓଡିଶାର ଅର୍ଥନୀତି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଖାଦ୍ୟ ନିରାପତ୍ତା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିଛନ୍ତି ନବୀନ । ସେହିପରି ଶିଳ୍ପାୟନରେ ଓଡ଼ିଶାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି । ବିଦେଶ ପୁଞ୍ଜି ନିବେଶରେ ଓଡ଼ିଶା ଦେଶରେ ଦ୍ବିତୀୟ ସ୍ଥାନ ହାସଲ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+