ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ,ଉପନେତା ହେଲେ ପ୍ରସନ୍ନ ଆଚାର୍ଯ୍ୟ
Naveen Patnaik: ସରିଲା ବିଜେଡି ବିଧାୟକ ଦଳ ବୈଠକ । ବିଧାନସଭାରେ ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ ଏବଂ ବିରୋଧୀ ଦଳ ଉପନେତା ହେଲେ ପ୍ରସନ୍ନ ଆଚାର୍ଯ୍ୟ । ସେହିପରି ବିରୋଧୀ ଦଳ ମୁଖ୍ୟ ସଚେତକ ହେଲେ ପ୍ରମିଳା ମଲ୍ଲିକ ଏବଂ ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ହେଲେ ପ୍ରତାପ ଦେବ ।

ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ହୋଇଥିଲା । ବୈଠକରେ ବିଜେଡି ଉପସଭାପତି ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ଦେବୀ ତ୍ରିପାଠୀ, ରାଜେନ୍ଦ୍ର ଢୋଲକିଆ, ଅଶୋକ ପଣ୍ଡା, ସଂଜୟ ଦାସବର୍ମା, ଶଶୀଭୂଷଣ ବେହେରା, ପ୍ରସନ୍ନ ଆଚାର୍ଯ୍ୟ, ପ୍ରତାପ ଦେବ, ପ୍ରମିଳା ମଲ୍ଲିକ, ବିଏମ୍ସି ମେୟର ସୁଲୋଚନା ଦାସ ଉପସ୍ଥିତ ଥିଲେ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ କରାଯାଇଥିଲା ।












Click it and Unblock the Notifications