ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିଜେଡି ସଭାପତି ତଥା ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ଏକ୍ସରେ ଏକ ପୋଷ୍ଟ ସେୟାର କରି ସେ ଲେଖିଛନ୍ତି, ଓଡ଼ିଶାର ଗର୍ବ ଓ ଗୌରବ, ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କମଳା ପୂଜାରୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଭିନ୍ନ କିସମର ଧାନ ସଂଗ୍ରହ କରିବା ସହ ଜୈବିକ ଚାଷକୁ ପ୍ରୋତ୍ସାହିତ କରିବା ଦିଗରେ ତାଙ୍କର ବିରଳ କୃତିତ୍ୱ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ। ତାଙ୍କ ବିୟୋଗ ସମାଜ ପାଇଁ ଏକ ଅପୂରଣୀୟ କ୍ଷତି'।

ସେହିପରି ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ନବୀନ । ଆଜି ସକାଳ ୫ଟାରେ କଟକ ଏସସିବି ମେଡିକାଲରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି ।

Naveen Patnaik

ସୂଚନାଥାଉ ଯେ, ଶନିବାର ଦିନ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ କମଳା ପୂଜାରୀଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘ ଦିନ ହେବ ଅସୁସ୍ଥ ଥିଲେ ଏବଂ ୧୮ ତାରିଖଠୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେହି କିଡ଼ନୀ ଜନିତ ସମସ୍ୟାରେ ପୀଡ଼ିତ ଥିଲେ । ଆଜି ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଛି ।

ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ ତାଙ୍କୁ ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ୨୦୧୯ରେ ପଦ୍ମଶ୍ରୀ ପୁରସ୍କାରରେ କେନ୍ଦ୍ର ସରକାର ସମ୍ମାନୀତ କରିଥିଲେ । ତାଙ୍କ ବିୟୋଗ ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ଆହୁରି କହିଛନ୍ତି, ପରିବେଶର ସୁରକ୍ଷା ପାଇଁ ତାଙ୍କ ଅବଦାନ ସ୍ମରଣୀୟ । ଏହାସହ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+