Get Updates
Get notified of breaking news, exclusive insights, and must-see stories!

୫ଟି ମେଡିକାଲ କଲେଜର ଟିଚିଂ ହସ୍‌ପିଟାଲର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ; ମାର୍ଚ୍ଚ ୬ରେ BSKY ନବୀନ କାର୍ଡର ଶୁଭାରମ୍ଭ

ଭୁବନେଶ୍ବର: ଆଜି ଓଡିଶାର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡି ହୋଇଛ ଆଉ ଏକ ନୂଆ ଫର୍ଦ୍ଦ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡିକରେ ଟିଚିଂ ହସ୍‌ପିଟାଲର ଶୁଭ ଉଦ୍‌ଘାଟନ କରିବା ସହିତ ୪ଟି ମେଡିକାଲ କଲେଜର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱ ସ୍ତରୀୟ କରିବା ପାଇଁ ଭିତ୍ତି ରଖିଛନ୍ତି ।

ଉଦ୍‌ଘାଟିତ ହୋଇଥିବା ଟିଚିଂ ହସ୍‌ପିଟାଲ ଗୁଡିକ ହେଲା- ବଲାଙ୍ଗିରରେ ୬୫୦ ଶଯ୍ୟା ବିଶିଷ୍ଟ ଭୀମଭୋଇ ମେଡିକାଲ କଲେଜ୍ ଏବଂ ହସ୍‌ପିଟାଲ, ବାରିପଦାରେ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ ଏବଂ ହସ୍‌ପିଟାଲ, ସୁନ୍ଦରଗଡରେ ୫୦୦ ଶଯ୍ୟା ବିଶିଷ୍ଟ ସରକାରୀ ମେଡିକାଲ୍‌ କଲେଜ୍‌ ଏବଂ ହସ୍‌ପିଟାଲ, କେନ୍ଦୁଝରରେ ୫୦୦ ଶଯ୍ୟା ବିଶିଷ୍ଟ ଧରଣୀ ଧର ମେଡିକାଲ୍‌ କଲେଜ୍‌ ଏବଂ ହସ୍‌ପିଟାଲ ଓ ବାଲେଶ୍ୱରରେ ୬୫୦ ଶଯ୍ୟା ବିଶିଷ୍ଟ ଫକୀର ମୋହନ ମେଡିକାଲ୍‌ କଲେଜ୍‌ ଏବଂ ହସ୍‌ପିଟାଲ । ଏଥି ସହିତ କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କ୍ୟାନସର ଗବେଷଣା ପ୍ରତିଷ୍ଠାନ, ବ୍ରହ୍ମପୁରରେ ଏମ୍‌.କେ.ସି.ଜି.ମେଡିକାଲ କଲେଜ ଏବଂ ହସ୍‌ପିଟାଲ, ରାଉରକେଲା ସରକାରୀ ହସ୍‌ପିଟାଲ ଏବଂ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡିକାଲ ଓ ଗବେଷଣା ପ୍ରତିଷ୍ଠାନକୁ ବିଶ୍ୱ ସ୍ତରୀୟ ଭିତ୍ତିଭୂମି ଯୋଗାଇଦେବା ପାଇଁ ଭିତ୍ତି ପ୍ରସ୍ତର ରଖାଯାଇଛି। ମୁଖ୍ୟମନ୍ତ୍ରୀଙ୍କ 'ସୁସ୍ଥ ଓଡିଶା ସୁଖୀ ଓଡିଶା' ଗଠନ ଦିଗରେ ଏଗୁଡିକ ହେଉଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।

naveen pandian

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଦିନଟି ଓଡିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ମାଇଲଷ୍ଟୋନ ହୋଇ ରହିବ। ଆଜି ଗୋଟିଏ ଦିନରେ ୫ଟି ମେଡିକାଲ କଲେଜ ହସ୍‌ପିଟାଲରେ ୨,୯୫୦ ଶଯ୍ୟା ଯୋଡି ହେଲା। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି। ବଲାଙ୍ଗିରରୁ ବାରିପଦା, ସୁନ୍ଦରଗଡରୁ କେନ୍ଦୁଝର ଓ ବାଲେଶ୍ୱର ସବୁ ଅଞ୍ଚଳର ଜନସାଧାରଣ ଏହା ଦ୍ୱାରା ଉପକାର ପାଇବେ। ଆମ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଉପରେ ଲୋକଙ୍କ ବିଶ୍ୱାସ ବଢିଛି। ଲୋକଙ୍କୁ ଉତ୍ତମ ଚିକିତ୍ସା ଓ ସେବା ଯୋଗାଇଦେବା ଆମର ଲକ୍ଷ୍ୟ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି ମଧ୍ୟ କହିଥିଲେ ଯେ ଦିନ ଥିଲା ଓଡିଶାରେ ମାତ୍ର ୩ଟି ସରକାରୀ ମେଡିକାଲ କଲେଜ ଥିଲା। ଗତ ୬ ବର୍ଷ ମଧ୍ୟରେ ୮ଟି ନୂଆ ମେଡିକାଲ କଲେଜ ଓ ୨ଟି ସ୍ନାତକୋତ୍ତର ପ୍ରତିଷ୍ଠାନ ଗଢି ଉଠିଛି। ଆଗାମୀ ଦିନରେ ଆଉ ୩ଟି ମେଡିକାଲ କଲେଜ ମଧ୍ୟ ହେବାକୁ ଯାଉଛି। ପ୍ରତି ବର୍ଷ ଡାକ୍ତର ଓ ପାରାମେଡିକ୍‌ ଷ୍ଟାଫଙ୍କୁ ନିଯୁକ୍ତି ଦିଆଯାଉଛି। ଆଗରୁ ବର୍ଷକୁ ମାତ୍ର ୩୨୧ ଜଣ ଏମ.ବି.ବି.ଏସ୍‌. ଡାକ୍ତର ଓ ୨୫୪ ଜଣ ସ୍ପେଶିଆଲିଷ୍ଟ ବାହାରୁ ଥିଲେ । ଏବେ ୨୫୨୫ ଏମ.ବି.ବି.ଏସ୍‌. ଡାକ୍ତର ଓ ୯୭୨ ସ୍ପେଶିଆଲିଷ୍ଟ ବାହାରୁଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+