ଲୋକାର୍ପିତ ହେଲା ବାବା ସାହେବ ଭୀମ ରାଓ ଆମ୍ୱେଦକର ବସ୍ ଟର୍ମିନାଲ
ଭୁବନେଶ୍ୱର: ଉଦଘାଟିତ ହେଲା ବହୁ ପ୍ରତୀକ୍ଷିତ ବରମୁଣ୍ଡା ବସ୍ ଟର୍ମିନାଲ୍ । ରାଜ୍ୟର ସବୁଠାରୁ ବଡ଼ ଓ ଅତ୍ୟାଧୁନିକ ବସ୍ ଟର୍ମିନାଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏୟାରପୋର୍ଟ ଟର୍ମିନାଲ ଭଳି ଅତ୍ୟାଧୁନିକ ସୁବିଧା ସୁଯୋଗ ପାଇପାରିବେ ଯାତ୍ରୀ । ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ପ୍ରାୟ 211 କୋଟି ଟଙ୍କା ଖର୍ଚ୍ଚରେ ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲ ନିର୍ମାଣ କରାଯାଇଛି । ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ନାଁରେ ନାମିତ ହୋଇଥିବା ଏହି ବସ୍ ଟର୍ମିନାଲରେ ହାଇଟେକ୍ ବ୍ୟବସ୍ଥା କରାଯାଇଛି । ଫୁଡ୍ କୋର୍ଟ ସହ ବୈଦ୍ୟୁତିକ ସିଡ଼ି, ଲିଫ୍ଟ ଲଗାଯାଇଛି । ଯାତ୍ରୀଙ୍କୁ ସୂଚନା ଲାଗି ଅତ୍ୟାଧୁନିକ ଏଲ୍ଇଡି ସ୍କ୍ରିନରେ ବସ୍ ସମ୍ପର୍କିତ ସବିଶେଷ ତଥ୍ୟ ମିଳିବ । ଗାଁଠାରୁ ଆରମ୍ଭ କରି ପଞ୍ଚାୟତ, ବ୍ଲକ ଓ ସଦର ମହକୁମାକୁ ଯିବା ପାଇଁ ବସ୍ର ସମସ୍ତ ବିବରଣୀ ଏହି ଏଲ୍ଇଡି ସ୍କ୍ରିନରେ ପ୍ରଦାନ କରାଯିବ । ଲିଫ୍ଟ, ଏସ୍କାଲେଟରରେ ଗୋଟିଏ ମହଲାରୁ ଅନ୍ୟ ମହଲାକୁ ସହଜରେ ଯା'ଆସ ଲାଗି ବ୍ୟବସ୍ଥା ରହିଛି । ଯାତ୍ରୀଙ୍କ ଲାଗି ଶୀତତାପ ନିୟନ୍ତ୍ରିତ କୋଠରୀ ରହିଛି ।
ଏହା ସହ ଗୋଟିଏ ଛାତ ତଳେ ଯାତ୍ରୀଙ୍କୁ ଫ୍ରଣ୍ଟ ଅଫିସରୁ ଆରମ୍ଭ କରି ମେଡିକାଲ୍, ଏଟିଏମ୍, ଆହାର କେନ୍ଦ୍ର ଭଳି ସେବା ମିଳିବ । ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଆହାର ପ୍ଲସ୍ କେନ୍ଦ୍ର ତିଆରି ହୋଇଛି । ସାଧାରଣ ଆହାର କେନ୍ଦ୍ର ତୁଳନାରେ ଏହା ଯଥେଷ୍ଟ ଉନ୍ନତମାନର ରହିବ । ସେହିପରି ଶୀତତାପ ନିୟନ୍ତ୍ରିତ କୋଠରୀରେ ଷ୍ଟାର୍ ହୋଟେଲ୍ ଭଳି ସୁବିଧା ମିଳିବ ।
ଏହାସାଙ୍ଗକୁ ଯାତ୍ରୀଙ୍କୁ ମିଶନଶକ୍ତି କାଫେ, ଓର୍ମାସ ଓ ମିଲେଟ୍ କାଫେରେ ମା' ହାତ ତିଆରି ଖାଦ୍ୟ ଖାଇବାକୁ ମିଳିବ । ଏହାସହ ଅପେକ୍ଷାରତ ଶିଶୁଙ୍କ ପାଇଁ କ୍ରୀଡ଼ାଙ୍ଗନ ରହିଥିବାବେଳେ ବାବା ସାହେବ ଭୀମ ରାଓ ଆମ୍ୱେଦକରଙ୍କ ଖୋଦେଇ ପ୍ରତିମୂର୍ତ୍ତି ରହିଛି । କାନ୍ଥବାଡ଼ରେ କଳା ସଂସ୍କୃତିର ଝଲକ ଦେଖିବାକୁ ମିଳିବ । ଯାତ୍ରୀଙ୍କ ସୁରକ୍ଷା ପାଇଁ ପୋଲିସ ଫାଣ୍ଡି ତିଆରି ହୋଇଛି । ବେସମେଣ୍ଟରେ 115 କାର୍ ପାର୍କିଂ ପାଇଁ ସ୍ଥାନ ସଂରକ୍ଷିତ ରହିଛି । ଟର୍ମିନାଲରେ 50 ବସ୍ ବେ ସହ 200 ବସ୍ ରହଣି ପାଇଁ ପାର୍କିଂ ସ୍ପେସର ବ୍ୟବସ୍ଥା ହୋଇଛି । ସିଟିବସ୍ ପାଇଁ 5 ଟି ସ୍ଥାନ ସଂରକ୍ଷିତ ରଖାଯିବାର ବ୍ୟବସ୍ଥା ହୋଇଛି । ଦୁଇଚକିଆ ଯାନ ପାର୍କିଂ ପାଇଁ ମଧ୍ୟ ସ୍ୱତନ୍ତ୍ର ସ୍ଥାନ ରହିଛି । ସ୍ୱତନ୍ତ୍ର ରାସ୍ତା ସହ ବସ୍ ପ୍ରବେଶ ଓ ପ୍ରସ୍ଥାନ ଗେଟ୍ ଅଲଗା ଅଲଗା କରାଯାଇଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications