ନବୀନ ପଟ୍ଟନାୟକଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଟାର୍ଗେଟ୍, କହିଲେ ବିଶ୍ୱାସଘାତକତା କ'ଣ ଏବେ ବୋଧେ ଛାମୁଙ୍କୁ ଲାଗିଲା
ଆଜି ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତ୍ରୀ ପ୍ରଭାତୀ ପରିଡ଼ା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରିବା ସହ କଡ଼ା ଜବାବ୍ ଦେଇଛନ୍ତି। ସେ କହିଛନ୍ତି, ମିଛ ପ୍ରତିଶ୍ରୁତି ନୁହେଁ ୫୦୦ ଦିନର ସରକାର ଉପରେ ଭରସା ଓ ବିଶ୍ୱାସର ଭୋଟ ଦେବେ ନୂଆପଡ଼ାବାସୀ। ଡବଲ ଇଂଜିନ, କ୍ୟାପଟେନ ଫିଟ୍ ବିଜେପିକୁ ହିଁ ବାଛିବେ, ପଦ୍ମଫୁଲରେ ଭୋଟ ଦେବେ।

ବିଶ୍ୱାସଘାତକତା କଣ ଏବେ ବୋଧେ ଛାମୁଙ୍କୁ ଲାଗିଲା! ପ୍ରଭାତୀ ପରିଡ଼ା ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରି କହିଛନ୍ତି, ବିଶ୍ୱାସଘାତକତା କଣ ଏବେ ବୋଧେ ଛାମୁଙ୍କୁ ଲାଗିଲା! ନୂଆପଡ଼ାବାସୀ ତାଙ୍କୁ ୨୪ ବର୍ଷର ବିଶ୍ୱାସଘାତର ଜବାବ ଦେବାପାଇଁ ହିଁ ପ୍ରସ୍ତୁତ ହେଉଛନ୍ତି।
ଯିଏ ମିଶନ ଶକ୍ତିର ମହିଳାଙ୍କ ସହିତ ପ୍ରତି କଥାରେ ବିଶ୍ୱାସଘାତ କରିଛି ତାର ଜବାବ ଉପନିର୍ବାଚନରେ ସୁଭଦ୍ରା ଭଉଣୀମାନେ ନିଶ୍ଚୟ ଦେବେ।
ନବୀନ ବାବୁଙ୍କ ମନ୍ଦ ଉଦ୍ଦେଶ୍ୟ ଓ ତାଙ୍କ ରଣନୀତି ପଦାରେ ପଡ଼ିଛି
ଏଣେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ।ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍ କରି କହିଛନ୍ତି, ମୋ ବାପା ରାଜେନ୍ଦ୍ର ଢୋଲକିଆ ଅସୁସ୍ଥ ଥିବା ବେଳେ ତାଙ୍କୁ ଫୋନ୍ କରିନଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ବେଳେ ମୃତ୍ୟୁ ସହ ସଂଗ୍ରାମ କରୁଥିଲେ ତାଙ୍କୁ ଦେଖା କରିବା ତ ଦୂରର କଥା, ନବୀନ ଫୋନ୍ କରି ତାଙ୍କ କଥା ବୁଝିନଥିଲେ। ଏବେ ନିର୍ବାଚନ ପ୍ରଚାର ଲାଗି ନୂଆପଡ଼ା ଆସିପାରିଲେ, ହେଲେ ମୋ ବାପା ରାଜେନ୍ଦ୍ର ଢୋଲକିଆଙ୍କ ଏକାଦଶାହ କି ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇନଥିଲେ। ଏଥିରୁ ପ୍ରକୃତରେ ନବୀନ ବାବୁଙ୍କ ମନ୍ଦ ଉଦ୍ଦେଶ୍ୟ ଓ ତାଙ୍କ ରଣନୀତି ପଦାରେ ପଡ଼ିଛି। ଏକଥାକୁ ସମସ୍ତେ ବିଶେଷ କରି ନୂଆପଡ଼ାବାସୀ ବୁଝିପାରିଛନ୍ତି।












Click it and Unblock the Notifications