Get Updates
Get notified of breaking news, exclusive insights, and must-see stories!

Naveen Patnaik: ଆଜିଠୁ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ନବୀନ

ଦିଲ୍ଲୀ ଯିବେ ନବୀନ । ଆଜିଠୁ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ବିରୋଧୀଦଳ ନେତା । ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାବେଳେ ନବୀନଙ୍କ ଦିଲ୍ଲୀ ଗସ୍ତ ନେଇ ଚର୍ଚ୍ଚା ବଢିଛି ।

ସେପଟେ ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀରୁ ସୁସ୍ଥ ପରେ ଗତକାଲି ପ୍ରଥମ ବୈଠକ କରିଛନ୍ତି ନବୀନ । ନବୀନ ନିବାସରେ ବସିଥିଲା ବିଜେଡି ରାଜନୈତିକ ବ୍ୟାପାର କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ନବୀନ ଦଳକୁ ପରିଚାଳନା କରିବା, ଦଳର ରଣନୀତିକୁ ଦିଗ ଦେବା ଓ ନୀତି ନିର୍ଦ୍ଧାରଣ କରିବା ନେଇ ଏହି ବୈଠକରୁ ବଡ଼ ବାର୍ତ୍ତା ଦେଇଛନ୍ତି । ଦଳର ଯୁବ, ଛାତ୍ର ଓ ମହିଳା ସଂଗଠନକୁ ଆହୁରି କିପରି ସୁଦୃଢ କରାଯିବ ଏବଂ ତୃଣମୂଳ ସ୍ତରରେ ଦଳକୁ ମଜବୁତ କରିବା ପାଇଁ ପିଏସି ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ ।

Naveen Patnaik

ଏହା ସହ ଆଗାମୀ ବିଧାନସଭା ମୌସୁମୀ ଅଧିବେଶନରେ ଉଠିବାକୁ ଥିବା ପ୍ରସଙ୍ଗ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଛି । ରାଜ୍ୟରେ ଦଳିତ, ଆଦିବାସୀ, ମହିଳାଙ୍କ ବିରୋଧରେ ଅତ୍ୟାଚାର ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବିଭ୍ରାଟକୁ ନେଇ ଆସନ୍ତା ବିଧାନସଭା ଅଧିବେଶନରେ ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଉପ ରାଷ୍ଟ୍ରପତି ନିର୍ବାଚନରେ ବିଜେଡ଼ିର ଆଭିମୁଖ୍ୟ ନେଇ ଚୂଡାନ୍ତ ନିଷ୍ପତ୍ତି ନେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ବଢ଼ିଲା ଚର୍ଚ୍ଚା, ଆଜିଠୁ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ନବୀନ ପଟ୍ଟନାୟକ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+