ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ନବୀନ କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁର ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ ।
ନବୀନ ପଟ୍ଟନାୟକ ପ୍ରଥମେ କବିସୂର୍ଯ୍ୟନଗରର ବଡ଼ ଆଗୁଳ ନିକଟରେ ଏକ ସଭାରେ ଯୋଗଦେବେ । ଏଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ଋଣ ବଣ୍ଟନ କରିବେ ।
ଏହା ପରେ ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିର କଞ୍ଚୁଡ଼ୁରେ ଆୟୋଜିତ ସଭାରେ ଯୋଗଦେଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ନବୀନ । ଶେଷରେ ଛତ୍ରପୁରରେ ଏକ ସଭାରେ ଯୋଗଦେଇ ଭୁବନେଶ୍ୱର ଫେରିବେ ।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସମସ୍ତ ପ୍ରସ୍ତୁତି ଚୁଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।












Click it and Unblock the Notifications