ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନବୀନ ପଟ୍ଟନାୟକଙ୍କ ଚିଠି, ଜାଣନ୍ତୁ କାହିଁକି ?

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ। ଏକ ଲମ୍ବା ଚିଠିରେ ଏହି ଘଟଣା ତାଙ୍କ ହୃଦୟକୁ କଷ୍ଟ ଦେଇଥିବା ନବୀନ ଲେଖିଛନ୍ତି।

naveen patnaik

ନବୀନ ଲେଖିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓଡ଼ିଆ ଅସ୍ମିତାର ପ୍ରତୀକ । ଓଡ଼ିଆ ଜାତିର ସର୍ବଶ୍ରେଷ୍ଠ ପରିଚୟ । ସେ ହେଉଛନ୍ତି ଏ ଜାତିର ମଉଡମଣି । ଜଗତର ନାଥ ଜଗନ୍ନାଥ । ମହାପ୍ରଭୁଙ୍କ ରଥଯାତ୍ରାରେ ଭାଗ ନେବା ପାଇଁ ଦେଶ ବିଦେଶରୁ ଲକ୍ଷ ଲକ୍ଷ ଜଗନ୍ନାଥ ପ୍ରେମୀ ଆସି ପୁରୀ ଧାମରେ ସମ୍ମିଳିତ ହୋଇଥାନ୍ତି । ସାରା ବିଶ୍ବର କୋଣ ଅନୁକୋଣରେ ରଥଯାତ୍ରା ବିପୁଳ ଶ୍ରଦ୍ଧା ଓ ଭକ୍ତିର ସହ ପାଳନ କରାଯାଇଥାଏ । ଏତଦ୍ ବ୍ୟତୀତ ଟିଭି ଓ ସୋସିଆଲ ମିଡିଆ ଜରିଆରେ ସାରା ବିଶ୍ବର କୋଟି କୋଟି ଜଗନ୍ନାଥପ୍ରେମୀ ମହାପ୍ରଭୁଙ୍କର ଏହି ମାନବୀୟ ଲୀଳାକୁ ସଂଦର୍ଶନ କରି ଦିବ୍ୟ ଆନନ୍ଦ ଲାଭ କରିଥାନ୍ତି ।

ଚଳିତ ବର୍ଷ ଆଡପ ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡିବେଳେ ଯେଉଁ ଅଘଟଣ ଘଟିଲା, ତାହା ସାରା ବିଶ୍ବର ଜଗନ୍ନାଥ ପ୍ରେମୀଙ୍କୁ ଗଭୀର ଭାବରେ ବ୍ୟଥିତ କରିଛି । ମୁଁ ମଧ୍ୟ ଏହି ଘଟଣାରେ ଅତ୍ୟନ୍ତ ମର୍ମାହତ । ମହାପ୍ରଭୁ ହେଉଛନ୍ତି ଓଡିଆ ଜାତିର ଇଷ୍ଟ । ତାଙ୍କର ପହଣ୍ଡି ବେଳେ ଏଭଳି ଅଘଟଣ ଅଶ୍ୱେତପୂର୍ବ । ଚାରମାଳରେ ପହଣ୍ଡି ସମୟରେ ବଡଠାକୁର ମୁହଁ ମାଡି ପଡିଯିବାର ଦୃଶ୍ୟ ଥିଲା ଅତ୍ୟନ୍ତ ହୃଦୟ ବିଦାରକ । ରଥଯାତ୍ରାର ହଜାର ହଜାର ବର୍ଷର ପରମ୍ପରାରେଏଭଳି ଘଟଣା କେବେ ଘଟି ନ ଥିଲା । ଆଖୁରେ ଦେଖ୍ ମଧ୍ୟ ଏଭଳି ଅଘଟଣକୁ ବିଶ୍ବାସ କରି ହେଲାନାହିଁ ।

ଏଭଳି ସ୍ପର୍ଶକାତର ବିଷୟରେ ରାଜ୍ୟ ମନ୍ତ୍ରୀମଣ୍ଡଳର କିଛି ସଦସ୍ୟ ଯେଭଳି ହାଲୁକା ମନ୍ତବ୍ୟ ଦେଲେ, ତାହା ଜଗନ୍ନାଥ ପ୍ରେମୀଙ୍କ ଦୁଃଖକୁ ଦ୍ବିଗୁଣିତ କରିଛି । ଭକ୍ତର ଭାବାବେଗକୁ ଗଭୀର ଆଘାତ ଦେଇଛି । ସରକାରଙ୍କ ର ଏଭଳି ଅଭିମୁଖ୍ୟ ଜଗନ୍ନାଥ ପ୍ରେମୀଙ୍କୁ ଆଶ୍ୱସ୍ତ କରିବାରେ ସମର୍ଥ ହେଲାନାହିଁ ।

ମହାପ୍ରଭୁ ହେଉଛନ୍ତି ଓଡ଼ିଆ ଜାତିର ମୁରବୀ । ଆମ ବିଶ୍ବାସର କେନ୍ଦ୍ରବିନ୍ଦୁ । ଏହି ପରିପ୍ରେକ୍ଷୀରେ ମୁଁ ଆପଣଙ୍କୁ ଅନୁରୋଧ କରିବାକୁ ଚାହେଁ ଯେ ଆପଣ ନିଜେ ଦାୟିତ୍ବ ନେଇ ଏଭଳି ଅଘଟଣ ଯେଭଳି ପୁନରାବୃତ୍ତି ନ ଘଟିବ ତାହା ସୁନିଶ୍ଚିତ କରିବେ । ମୋର ବିଶ୍ବାସ ଏ ଦିଗରେ ଆପଣଙ୍କ ଦୃଷ୍ଟାନ୍ତମୂଳକ ପଦକ୍ଷେପ କୋଟି କୋଟି ଭକ୍ତଙ୍କୁ ଆଶ୍ବସ୍ତ କରିବାରେ ସହାୟକ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+