ଚଣ୍ଡିଖୋଲ ସଭାରେ ମୋଦୀଙ୍କୁ ପ୍ରଶଂସା କଲେ ନବୀନ, ଓଡ଼ିଶାକୁ ଅନେକ ପ୍ରକଳ୍ପ ଭେଟି ଦେଇଥିବାରୁ ମୋଦୀଙ୍କୁ କୃତଜ୍ଞତା ଜଣାଇଲେ ନବୀନ

ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା । ଭାରତୀୟ ଅର୍ଥନୀତିକୁ ପ୍ରଧାନମନ୍ତ୍ରୀ ନୂଆ ଗତି ଦେଇଛନ୍ତି ବୋଲି କହିଲେ ନବୀନ । ଏବେ ଭାରତ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି । ଖୁବ୍‌ ଶୀଘ୍ର ଏହା ତୃତୀୟ ବୃହତ୍ତମ ଅର୍ଥନୀତି ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

। ଓଡ଼ିଶାର ବିକାଶ ପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

naveen modi

ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରାୟ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି । ଆଉ ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ରଘୁବର ଦାସ ମଧ୍ୟ ଉପସ୍ଥିତ ଥିଲେ । ରେଳ, ଜାତୀୟ ରାଜପଥ ଆଦି ୧୬ଟି ପ୍ରକଳ୍ପ ଭେଟି ଦେଲେ ନବୀନ। ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ଉପସ୍ଥିତ ଅଛନ୍ତି ।

ଜୟ ଜଗନ୍ନାଥ' କହି ନିଜର ଉଦବୋଧନ ଆରମ୍ଭ କରିଥିଲେ ମୋଦୀ । ଆଜି ବିଜୁ ବାବୁଙ୍କ ଜନ୍ମ ବାର୍ଷିକୀରେ ତାଙ୍କୁ ସ୍ମରଣ କରି ମୋଦୀ କହିଛନ୍ତି ଓଡ଼ିଶା ଓ ଦେଶର ବିକାଶ ପାଇଁ ବିଜୁ ବାବୁଙ୍କ ଯୋଗଦାନ ସ୍ମରଣୀୟ । ସମଗ୍ର ଦେଶବାସୀଙ୍କ ପକ୍ଷରୁ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ।

20 ହଜାର କୋଟି ପ୍ରକଳ୍ପରେ ରହିଛି କଣ...
ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥର 8 ଥାକିଆ ରାସ୍ତାର ଶିଳାନ୍ୟାସ
ତୈଳ ଓ ଗ୍ୟାସ, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତି କ୍ଷେତ୍ରରେ ଅନେକ ପ୍ରକଳ୍ପର ଲୋକାର୍ପଣ
ପାରାଦୀପ ବିଶୋଧନାଗାରରେ ଇଣ୍ଡିଆନ୍ ଅଏଲ୍ କରେସନ୍ ଲିମିଟେଡ୍ ମନୋଇଥିଲିନ୍ ଗ୍ଲାଇକୋଲ ପ୍ରକଳ୍ପର ଉଦଘାଟନ
ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ଯାଏଁ 344 କିମି ପାଇପ୍ ଲାଇନର ଉଦଘାଟନ
162 କିମିର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀକରଣର ଉଦଘାଟନ
କେନ୍ଦୁଝରଗଡ଼ ମାର୍ଗ ଦେଇ ପୁରୀ ଏବଂ ଆନନ୍ଦ ବିହାର ମଧ୍ୟରେ ନୂଆ ଟ୍ରେନ୍ କେନ୍ଦୁଝରଗଡ଼ ରେଳ ଷ୍ଟେନରୁ ଶୁଭାରମ୍ଭ
କେନ୍ଦ୍ରାପଡ଼ା ଜିଲ୍ଲା ଦେଇ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ କରିବ
ଏହି ମାର୍ଗରେ ପ୍ରଥମ ଥର ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ପାରାଦୀପ-କେନ୍ଦୁଝରଗଡ଼ ମଧ୍ୟରେ କରିବ
ଯାଜପୁରଠାରୁ ଉତ୍ତରପ୍ରଦେଶର ଦାଦ୍ରି ପର୍ଯ୍ୟନ୍ତ କଣ୍ଟେନର ଟ୍ରେନ୍ ସେବାର ଶୁଭାରମ୍ଭ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+