ହିଞ୍ଜିଳି ପ୍ରଚାର ମଇଦାନରୁ ବିରୋଧୀଙ୍କୁ ଟାର୍ଗେଟ କଲେ ନବୀନ
ବିରୋଧୀଙ୍କ ଉପରେ ବର୍ଷିଲେ ନବୀନ । ମଞ୍ଚ ଉପରୁ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା ସୃଷ୍ଟି କରୁଛନ୍ତି। ଏଭଳି କରି କେହି କେବେ ସଫଳ ହେବେନି। ଓଡ଼ିଶାବାସୀ ବିରୋଧୀଙ୍କ ଅସଲ ରୂପ ଜାଣିଛନ୍ତି। ଆପଣଙ୍କ ଆଶୀର୍ବାଦରେ ବିଜେଡି ବିପୁଳ ବିଜୟ ହାସଲ କରିବ। ବିଜୟ ଧାରା ଜାରି ରହିବ, ଲୋକ ସଭାରେ ବି ବହୁତ ଭଲ କରିବୁ। ୨୦୩୬ ସୁଦ୍ଧା ଓଡ଼ିଶା ଏକ ନମ୍ବର ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନା ଯୋଗ୍ୟ ଯେ, ପ୍ରଚାର ଆରମ୍ଭ କଲେ ନବୀନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଅଛନ୍ତି। ସକାଳ ସାଢ଼େ ୧୦ଟାରେ ହିଞ୍ଜିଳିରେ ଆୟୋଜିତ ଏକ ଜନସଭାରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିଛନ୍ତି। ପ୍ରଥମେ ହିଞ୍ଜିଳି ଓ ପରେ ଶେରଗଡରେ ବିଶାଳ ଜନସମାବେଶକୁ କରିବେ ସମ୍ବୋଧନ ।
ଆସନ୍ତା ୩୦ ତାରିଖରେ ହିଞ୍ଜିଳି ବିଧାନସଭା ଆସନ ଲାଗି ମୁଖ୍ୟମନ୍ତ୍ରୀ ନିଜର ପ୍ରାର୍ଥିପତ୍ର ଦାଖଲ କରିବେ। ପରେ ସେ ତାରାତାରିଣୀଙ୍କ ଦର୍ଶନ କରିବେ ଏବଂ ପ୍ରାର୍ଥିପତ୍ର ଦାଖଲ ପରେ ଚିକିଟିରେ ଏକ ସମାବେଶକୁ ସମ୍ବୋଧିତ କରିବେ।












Click it and Unblock the Notifications