ଆସନ୍ତା କାଲି ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିବେ ନବୀନ, ୧୯ରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ

କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ। ଖୁବ୍‌ ଶୀଘ୍ର ଘୋଷଣା ହେବ ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ।

naveen

ଅନ୍ୟପକ୍ଷେ,ବିଜେଡିକୁ ମିଳିଛି ୧୮ ସଭାପତି। ଅର୍ଥାତ ୧୮ ଜିଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଗଂଠନିକ ନିର୍ବାଚନରେ ୧୮ ଜିଲାର ସଭାପତି ଚୟନ ହୋଇଛନ୍ତି। ବିଜେଡିର ସାଗଂଠନିକ ନିର୍ବାଚନରେ ୩୩ ସାଗଂଠନିକ ଜିଲାରୁ ୧୮ଟି ଜିଲା ସଭାପତିଙ୍କ ନାଁ ଘୋଷଣା ହୋଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲାରେ କିଏ ହେଲେ ବିଜେଡି ସଭାପତି।

ପୁରୀ ଜିଲା ବିଜେଡି ସଭାପତି ଭାବେ ଉମା ସାମନ୍ତରାୟ ନିର୍ବାଚିତ ହେଇଛନ୍ତି । ସେହିପରି ବରଗଡ଼ ଜିଲା ପାଇଁ ସୁଶାନ୍ତ ମହାପାତ୍ର, ଭଦ୍ରକ ଜିଲା ପାଇଁ ଜଗନ୍ନାଥ ସ୍ବାଇଁ, ବୌଦ୍ଧ ଜିଲା ପାଇଁ ପୂର୍ବତନ ବାଚସ୍ପତି ପ୍ରଦୀପ ଅମାତ ଦେବଗଡ଼ର ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଗଜପତି ପାଇଁ ପ୍ରଦୀପ ନାୟକ, ଜଗତସିଂହପୁର ପାଇଁ ପ୍ରଶାନ୍ତ ମୁଦୁଲି, ଯାଜପୁର ପାଇଁ ସରୋଜ ମହାପାତ୍ର, ଝାରସୁଗୁଡା ପାଇଁ ହରିଶ ଗଣତ୍ରା, କନ୍ଧମାଳ ପାଇଁ ପଦ୍ମନାଭ ବେହେରା ଆଉ ମାଲକାନଗିରିରେ ମାନସ ମାଡକାମୀ ବିଜେଡି ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଏନେଇ ବିଜେଡି ନିର୍ବାଚନ ଅଧିକାରୀ ପ୍ରତାପ ଦେବ ବଡ଼ ସୂଚନା ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+