ବଦଳିଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ, ଶାଶ୍ୱତଙ୍କ ସ୍ଥାନ ନେଲେ ଏନ୍ବିଏସ୍ ରାଜପୁତ
ବଦଳିଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ । ରାଜ୍ୟପାଳ ରଘୁବର ଦାସଙ୍କ ପ୍ରମୁଖ ସଚିବଙ୍କ ବଦଳି ହୋଇଛି । କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ୧୯୯୯ ବ୍ୟାଚ୍ର ଆଇଏଏସ୍ ଅଫିସର ଏନ୍ବିଏସ୍ ରାଜପୁତଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି । ଶାଶ୍ୱତ ମିଶ୍ରଙ୍କ ସ୍ଥାନରେ ତାଙ୍କୁ ଏହି ନିଯୁକ୍ତି ମିଳିଛି ।

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୯୯ ବ୍ୟାଚ୍ର ଆଇଏଏସ ଅଫିସର ନିକଟରେ କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିଲେ । ପୂର୍ବରୁ ଶାଶ୍ୱତ ମିଶ୍ର ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିଲେ । ନିକଟରେ ତାଙ୍କୁ ଅର୍ଥ ଓ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିଲା । ଏହା ସହିତ ତାଙ୍କୁ ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଥିଲା ।












Click it and Unblock the Notifications