Get Updates
Get notified of breaking news, exclusive insights, and must-see stories!

ଆସନ୍ତା ୮ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ

ଆସନ୍ତା ୮ ତାରିଖରେ ଓଡ଼ିଶା ଆସିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ପୂର୍ବରୁ ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ଓଡିଆ ଝିଅ ଦ୍ରୌପଦୀଙ୍କୁ ସମର୍ଥନ ଦେବାକୁ ଅପିଲ କରିଛନ୍ତି ।

ଭୁବନେଶ୍ୱର: ଆସନ୍ତା ୮ ତାରିଖରେ ଓଡ଼ିଶା ଆସିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ । ପୂର୍ବରୁ ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ଓଡିଆ ଝିଅ ଦ୍ରୌପଦୀଙ୍କୁ ସମର୍ଥନ ଦେବାକୁ ଅପିଲ କରିଛନ୍ତି । ତେଣୁ ବିଜେଡି ସୁପ୍ରିମୋଙ୍କୁ ଭେଟି ସମର୍ଥନ ପାଇଁ ଅନୁରୋଧ କରି ଔପଚାରିକତା ପୂରଣ କରିବେ । ଏହାପରେ କଂଗ୍ରେସ ନେତାଙ୍କୁ ସାକ୍ଷାତ କରି ସମର୍ଥନ ଲୋଡିବେ ଦ୍ରୌପଦୀ ।

Draupadi Murmu

ଏନଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିବା ପରେ ସବୁ ରାଜ୍ୟ ଯାଇ ଭୋଟ ଭିକ୍ଷା କରୁଛନ୍ତି ଶ୍ରୀମତୀ ମୁର୍ମୁ। ଏହି କ୍ରମରେ ବିହାର, ଝାରଖଣ୍ଡ, ତାମିଲନାଡୁ ଓ ତେଲେଙ୍ଗାନା ଯାଇ ଭୋଟ ଭିକ୍ଷା କରିବା ପରେ ଓଡ଼ିଶା ଆସିବେ ଦ୍ରୌପଦୀ। ଏହାପରେ ସେ ଆନ୍ଧ୍ର ପ୍ରଦେଶ ଓ ଅନ୍ୟାନ୍ୟ ରାଜ୍ୟ ଯିବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ମିଳିଛି ।

ସେପଟେ ବିରୋଧ ଦଳଙ୍କ ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ ସିହ୍ନା ଜୁଲାଇ ୬ ତାରିଖରେ ଓଡିଶା ଆସିବେ ବୋଲି ଚର୍ଚ୍ଚା ହେଉଛି । କଂଗ୍ରେସ ତାଙ୍କୁ ସମର୍ଥନ ଘୋଷଣା କରିସାରିଥିବା ବେଳେ ସେ ବିଜୁ ଜନତା ଦଳର ସୁପ୍ରିମୋଙ୍କୁ ଭେଟି ସମର୍ଥନ ହାସଲ କରିବାକୁ ଉଦ୍ୟମ କରିବେ ।

ଉଲ୍ଲେଖଥାଉ କି, ଜୁନ ୨୪ ତାରିଖରେ ସଂସଦ ଭବନରେ ବିଜେପି ଓ ଏନଡିଏ ନେତାଙ୍କ ଉପସ୍ଥିତିରେ ଶ୍ରୀମତୀ ମୁର୍ମୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ସଂସଦ ଭବନରେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ବିଜେପି ଶାସିତ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କ ଠାରୁ ଆରମ୍ଭ କରି ବହୁ କେନ୍ଦ୍ରମନ୍ତ୍ରୀ ଓ ସହଯୋଗୀ ଦଳର ନେତାମାନେ ଉପସ୍ଥିତ ରହିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+