ଦିଲ୍ଲୀ ଗଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ , ଆସନ୍ତାକାଲି ଭରିବେ ନାମାଙ୍କନ
ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ । ସକାଳ ୯ଟା ୪୦ରେ ବିମାନବନ୍ଦରରୁ ବିସ୍ତାର ଏୟାରଲାଇନ୍ସ ବିମାନରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିବା ସୂଚନା ରହିଛି ।
ଭୁବନେଶ୍ୱର: ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ । ସକାଳ ୯ଟା ୪୦ରେ ବିମାନବନ୍ଦରରୁ ବିସ୍ତାର ଏୟାରଲାଇନ୍ସ ବିମାନରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିବା ସୂଚନା ରହିଛି । ତେବେ ଶ୍ରୀମତି ମୁର୍ମୁଙ୍କ ଦିଲ୍ଲୀ ଗସ୍ତ ସମୟରେ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା ଶୁଭେଚ୍ଛୁଙ୍କ ଭିଡ଼ ।

ତେବେ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନରେ ରହିବା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଆସନ୍ତାକାଲି ସେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି ।
ସୂଚନା ଅନୁସାରେ ଦ୍ରୌପଦୀ ମୁର୍ମୁ ନାମାଙ୍କନ ଦାଖଲ ପର୍ଯ୍ୟନ୍ତ ଓଡ଼ିଶା ଭବନରେ ରହିବେ । ନାମାଙ୍କନ ଦାଖଲ କରାଯିବା ପରେ ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇପାରେ । ଓଡ଼ିଶା ଭବନରେ ଦ୍ରୌପଦୀ ମୁର୍ମୁ ରହିବା ବ୍ୟବସ୍ଥାର ତଦାରଖ କରିବା ପାଇଁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷନ ରେଡ୍ଡୀ ଓ କିଛି ବରିଷ୍ଠ ଅଧିକାରୀ ଓଡ଼ିଶା ଭବନରେ ପହଞ୍ଚିଥିଲେ ।
ଉଲ୍ଲେଖଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କୁ ଗତକାଲି ଖୋଲା ସମର୍ଥନ ଘୋଷଣା କରିଛନ୍ତି। କେବଳ ନିଜ ଦଳର ସମର୍ଥନ ଦେଇନାହାନ୍ତି, ବରଂ ଓଡ଼ିଶା ବିଧାନସଭାରେ ସବୁ ଦଳର ସଭ୍ୟମାନେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟକୁ ଯିବା ପାଇଁ ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବା ପାଇଁ ନିବେଦନ କରିଛନ୍ତି। ଇଟାଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନରେ ଟ୍ବିଟ୍ କରି ଏହି ନିବେଦନ କରିଛନ୍ତି।
-
ମାର୍ଚ୍ଚ ଶେଷ ସପ୍ତାହରେ ପ୍ରଳୟ କରିବ କାଳବୈଶାଖୀ -
ନିର୍ବାଚନ ସରିଲେ ବାହାହେବେ ବିଜୟ -
ଘରୋଇ ବସ୍ରେ ଅଗ୍ନିକାଣ୍ଡ, ବିଧାୟକ ମଙ୍ଗୁ ଖିଲଙ୍କ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର -
ନାଟୋ'କୁ ଭୀରୁ କହି ବର୍ଷିଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ -
Zomatoରୁ ଖାଇବା ଅର୍ଡର କରିବା ହେଲା ମହଙ୍ଗା, ବଢ଼ିଲା ପ୍ଲାଟଫର୍ମ ଫିସ୍ -
ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ -
ଆଜି ପବିତ୍ର ଇଦ୍-ଉଲ୍-ଫିତର୍, ଆଲିଙ୍ଗନ କରି ଜଣାଉଛନ୍ତି ଶୁଭେଚ୍ଛା





Click it and Unblock the Notifications