କିଟରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା; ୫ ଗିରଫ ହେବା ପରେ ମିଳିଲା ଜାମିନ

କିଟ୍ ବିଶ୍ବବିଦ୍ୟାଳୟରେ ରବିବାର ରାତିରେ ନେପାଳର ନିବାସୀ ତଥା ଇଂଜିନିୟରିଂ ଛାତ୍ରୀ ପ୍ରକୃତି ଲାମ୍‌ସା(୧୯)ଙ୍କ ମୃତ୍ୟୁ ମାମଲାରେ ଆଜି ଅପରାହ୍‌ଣରେ ଗିରଫ ହୋଇଥିବା ୩ ନିର୍ଦ୍ଦେଶକଙ୍କ ସମେତ ୫ ଜଣଙ୍କୁ ଭୁବନେଶ୍ବର ଜେଏମ୍‌ଏଫ୍‌ସି-୨ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଅଦାଲତ ନିର୍ଦ୍ଦେଶକ ଶିବାନନ୍ଦ ମିଶ୍ର, ପ୍ରତାପ ଚମ୍ପତି, ସୁଧୀର ରଥଙ୍କୁ ଜାମିନଙ୍କ ସମେତ ସୁରକ୍ଷାକର୍ମୀ ରମାକାନ୍ତ ନାୟକ ଓ ଯୋଗେନ୍ଦ୍ର ବେହେରାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜଣେ ଜାମିନଦାର ଓ ୨୦ ହଜାର ଟଙ୍କା ବେଲ୍‌ବଣ୍ଡରେ ଜାମିନ ଆଧାରରେ କୋର୍ଟ ଏହି ଜାମିନ ପ୍ରଦାନ କରିଛନ୍ତି।

Nepali student death case

ଇନ୍‌ଫୋସିଟି ଥାନା ପୁଲିସ ଆଜି କିଟ୍ ବିଶ୍ବବିଦ୍ୟାଳୟର ମାନବ ସମ୍ବଳ ନିର୍ଦ୍ଦେଶକ ଶିବାନନ୍ଦ ମିଶ୍ର, ପ୍ରଶାସନିକ ନିର୍ଦ୍ଦେଶକ ପ୍ରତାପ ଚମ୍ପତି, ହଷ୍ଟେଲ ନିର୍ଦ୍ଦେଶକ ସୁଧୀର ରଥ, ସୁରକ୍ଷାକର୍ମୀ ରମାକାନ୍ତ ନାୟକ ଓ ଯୋଗେନ୍ଦ୍ର ବେହେରା ଗିରଫ କରିଥିଲା। ପୁଲିସ ଏମାନଙ୍କୁ କୋର୍ଟ ଚାଲାଣ କରିଥିଲା। ପୁଲିସ ଘଟଣାର ଅଧିକ ତଦନ୍ତ କରୁଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+