ଖରାଛୁଟି ପରେ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ

ଖରାଛୁଟି ସରିବା ପରେ ବିଦ୍ୟାଳୟମାନଙ୍କରେ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ । ତେବେ ଛୁଟି ପରେ କିଭଳି ଭାବରେ ପାଠ ପଢାଯିବ ସେ ନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ପକ୍ଷରୁ ନିୟମାବଳୀ ଜାରି କରାଯାଇଛି । ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯ

ଭୁବନେଶ୍ବର: ଖରାଛୁଟି ସରିବା ପରେ ବିଦ୍ୟାଳୟମାନଙ୍କରେ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ । ତେବେ ଛୁଟି ପରେ କିଭଳି ଭାବରେ ପାଠ ପଢାଯିବ ସେ ନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ପକ୍ଷରୁ ନିୟମାବଳୀ ଜାରି କରାଯାଇଛି । ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ଏନେଇ ଅସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଚିଠି ଲେଖିଛନ୍ତି ।

classroom
ରାଜ୍ୟରେ ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ। ଶତପ୍ରତିଶତ ପାଠ୍ୟଖସଡ଼ା ସାରିବା ଦିଗରେ ପଦକ୍ଷେପ ନିଆଯାଉଛି । ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମସ୍ତ ଶିକ୍ଷକଙ୍କ ସହ ପାଠ୍ୟକ୍ରମ, ପାଠପଢା ସମୟ ବିଷୟରେ ଆଲୋଚନା କରିବେ। କିଭଳି ଛାତ୍ରଛାତ୍ରୀ ମାନେ ସଠିକ ଶିକ୍ଷା ପାଇବେ ସେ ଦିଗରେ ଯୋଜନା ପ୍ରସ୍ତୁତ କରିବେ। ଏହା ସହ ଯେଉଁ ଛାତ୍ରଛାତ୍ରୀ ଶ୍ରେଣୀରେ ଖରାପ ପ୍ରଦର୍ଶନ କରୁଛନ୍ତି ସେମାନଙ୍କ ଉପରେ ସ୍ଵତନ୍ତ୍ର ଧ୍ୟାନ ଦିଆଯିବ।

କରୋନା କାଳରେ କ୍ଷତି ଭରଣା ପାଇଁ ପ୍ରସ୍ତୁତ ହୋଇଥିବା ପୁସ୍ତକ ସହ ପାଠ୍ୟକ୍ରମର ପୁସ୍ତକ ପଢାଯିବ । ସବୁ ବିଦ୍ୟାର୍ଥୀ ଦୁଇ ପ୍ରକାର ପୁସ୍ତକ ପାଇବା ନେଇ ପ୍ରଧାନଶିକ୍ଷକ ଧ୍ୟାନ ଦେବେ । ଶ୍ରେଣୀ ଓ ବିଷୟଭିତ୍ତିକ ପାଠପଢା, ସମୟ ସାରଣୀ ପ୍ରତି କ୍ଳାସ ରୁମରେ ପାଇଁ ଲଗାଯିବ।
ସିଆରସିସିମାନେ ନିଜ କ୍ଲଷ୍ଟରରେ ପାଠପଢା ଉପରେ ତୀକ୍ଷ୍ଣ ନଜର ରଖିବା ସହ ରୀତିମତ ଯାଞ୍ଚ କରିବେ । ଶିକ୍ଷକ, ଶିକ୍ଷୟିତ୍ରୀ ଠିକ୍ ଭାବେ ପାଠ ପଢାଉଛନ୍ତି କି ନାହିଁ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ। ଶିକ୍ଷକଙ୍କ ପାଠପଢା ତଥ୍ୟ ବିଦ୍ୟାଳୟରେ ସ୍ବତନ୍ତ୍ର ରେଜିଷ୍ଟରରେ ଉଲ୍ଲେଖ ରହିବ। ପ୍ରତି ପାଠ୍ୟକ୍ରମର ବିଷୟଗତ ନୋଟ୍‌ ପିଲାଙ୍କୁ ପ୍ରଦାନ ପୂର୍ବରୁ ପ୍ରଧାନଶିକ୍ଷକ ତାକୁ ଯାଞ୍ଚ କରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+