ଦାୟିତ୍ଵ ଗ୍ରହଣ କଲେ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସରମନୋଜ ଆହୁଜା ରବିବାର ଅପରାହ୍ନରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Manoj Ahuja

ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଆଜି ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି। ଆଜି ଅବସର ଗ୍ରହଣ କରିଥିବା ମୁଖ୍ୟ ଶାସନ ସଚିବଙ୍କ ଠାରୁ ନୂତନ ମୁଖ୍ୟ ଶାସନ ସଚିବ ଆହୁଜା ଗ୍ରହଣ କରିଛନ୍ତି। ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ଶ୍ରୀ ଜେନା ଓ ନୂତନ ମୁଖ୍ୟ ଶାସନ ସଚିବ କିଛି ସମୟ ପାରସ୍ପରିକ ସାକ୍ଷାତ ଆଲୋଚନା କରିଥିଲେ। ପୂର୍ବତନ ମୁଖ୍ୟ ଶାସନ ସଚିବ ଙ୍କୁ ଲୋକସେବା ଭବନସ୍ଥିତ ଅଧିକାରୀ ଓ କର୍ମଚାରୀମାନେ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରିଥିବା ବେଳେ ନୂତନ ମୁଖ୍ୟ ଶାସନ ସଚିବଙ୍କୁ ସ୍ବାଗତ କରିଥିଲେ।

ମନୋଜ ଆହୁଜା ଓଡ଼ିଶାରେ ଉପଜିଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ସଚିବ ଭାବେ ସେ ଦାୟିତ୍ୱ ନିର୍ବାହ କରିଛନ୍ତି। ବାଣିଜ୍ୟ କର କମିଶନର ଭାବେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି। ହରିୟାଣାରେ ଜନ୍ମିତ ମନୋଜଙ୍କ ସ୍ୱଚ୍ଛତା ଓ ସାଧୁତା ପାଇଁ ବେଶ୍ ସୁପରିଚିତ। ୨୦୧୭ରେ ଡେପୁଟେଶନରେ କେନ୍ଦ୍ରକୁ ଯାଇଥିବା ଓଡ଼ିଶା କ୍ୟାଡରର ଏହି ଅଧିକାରୀ ଭାରତୀୟ ପ୍ରଶାସନିକ ସେବାକୁ ଆସୁଥିବା ଶିକ୍ଷା ନବୀଶଙ୍କୁ ଜନ ପ୍ରଶାସନ ସହ କିପରି ଯୋଡ଼ି ହେବା ତାହାର ନେତୃତ୍ୱ ନେଇଥିଲେ।

ମନୋଜ ଓଡ଼ିଶା ‌ଫେରିବା ପୂର୍ବରୁ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ। ଗତ ୨୫ ତାରିଖରେ କ୍ୟାବିନେଟ୍‌ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଥିଲା। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମନୋଜ ଆସନ୍ତା ‌ଡିସେମ୍ବରରେ ଅବସର ନେବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+