ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌ ମୂରଲୀଧର

ଓଡିଶା ହାଇକୋର୍ଟର ନୂଆ ମୁଖ୍ୟବିଚାର ପତି ହେଲେ ଜଷ୍ଟିସ ଏସ୍‌ ମୂରଲୀଧର । ସେ ଆଜି ୩୨ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ।

ଭୁବନେଶ୍ବର: ଓଡିଶା ହାଇକୋର୍ଟର ନୂଆ ମୁଖ୍ୟବିଚାର ପତି ହେଲେ ଜଷ୍ଟିସ ଏସ୍‌ ମୂରଲୀଧର । ସେ ଆଜି ୩୨ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

Odisha High Court

ସକାଳ ପ୍ରାୟ ୯ଟା୩୦ରେ ଶପଥ ପାଠ ଉତ୍ସବ ଆୟୋଜିତ ହୋଇଥିଲା। ଏହି ଉତ୍ସବରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ଗୃହ ସଚିବ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଡିଜିପି ଅଭୟଙ୍କ ସମେତ ହାଇକୋର୍ଟର ବହୁ ବିଚାରପତି ଉପସ୍ଥିତ ଥିଲେ। କରୋନା କଟକଣା ଯୋଗୁ ଖୁବ୍‌ କମ୍‌ ଅତିଥିଙ୍କ ଉପସ୍ଥିତିରେ ଏହି ଉତ୍ସବ ଆୟୋଜିତ ହୋଇଥିଲା ।

୧୯୬୧ ମସିହାରେ ଜନ୍ମଗ୍ରହଣ କରିଥିବା ଜଷ୍ଟିସ ଏସ୍. ମୁରଲୀଧର ପୂର୍ବରୁ ପଞ୍ଜାବ ଓ ହରିଆଣା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ୨୦୦୬ ମସିହାରେ ଦିଲ୍ଲୀ ହାଇକୋର୍ଟର ବିଚାରପତି ଭାବେ ଦାୟିତ୍ୱ ନେଇଥିଲେ। ପଞ୍ଜାବ ଓ ହରିଆଣା ହାଇକୋର୍ଟର ବିଚାରପତି ଥିବା ବେଳେ ଜଷ୍ଟିସ ଏସ୍. ମୁରଲୀଧର ବହୁ ଗୁରୁତ୍ୱପୂର୍ଣ୍ଣ ମାମଲାର ରାୟ ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+