ପୁରୀ ଜିଲ୍ଲାରେ ଲାଗୁ ହେଲା ନୂଆ କୋଭିଡ କଟକଣା; ଜାଣନ୍ତୁ, କଣ ରହିଛି ନୂଆ ନିୟମ ?

ପୁରୀ ଜିଲ୍ଲାକୁ ଆସୁଥିବା ପର୍ଯ୍ୟଟକଙ୍କ RT-PCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ୭୨ ଘଣ୍ଟା ପୂର୍ବର RT-PCR ନେଗେଟିଭ୍ ରିପୋର୍ଟ ଦେଖାଇଲେ ପର୍ଯ୍ୟଟକ ପୁରୀ ଭିତରକୁ ପ୍ରବେଶ କରିପାରିବେ ।

ପୁରୀ: ଜଗା ଦର୍ଶନ ପାଇଁ ଆସୁଛନ୍ତି କି ? ତେବେ ଆପଣଙ୍କୁ ପାଳନ କରିବାକୁ ପଡିବ ଜିଲ୍ଲା ପ୍ରଶାସନର ନୂଆ ନିୟମ । ପୁରୀ ଜିଲ୍ଲାକୁ ଆସୁଥିବା ପର୍ଯ୍ୟଟକଙ୍କ RT-PCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ୭୨ ଘଣ୍ଟା ପୂର୍ବର RT-PCR ନେଗେଟିଭ୍ ରିପୋର୍ଟ ଦେଖାଇଲେ ପର୍ଯ୍ୟଟକ ପୁରୀ ଭିତରକୁ ପ୍ରବେଶ କରିପାରିବେ ।

Puri

ତେବେ ଏହି ନୂଆ ନିୟମ ୧୨ ରାଜ୍ୟରୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଜାରି କରାଯାଇଛି । ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, କେରଳ, ଗୁଜରାଟ ପ୍ରମୁଖ ରାଜ୍ୟର ପର୍ଯ୍ୟଟକ କରୋନା ନେଗେଟିଭ୍ ରିପୋର୍ଟ ନ ଆଣିଲେ ୭ ଦିନିଆ ହୋମ୍ ଆଇସୋଲେସନରେ ରହିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି।

ବଢ଼ୁଥିବା କରୋନା ସଂକ୍ରମଣ ମାମଲାକୁ ଦେଖି ପୁରୀ ଜିଲ୍ଲା ପ୍ରଶାସନ କୋଭିଡ୍ କଟକଣାକୁ ଜିଲ୍ଲାରେ କଡ଼ାକଡ଼ି କରିଛି । ଏଣିକି ବାହାରୁ ଆସୁଥିବା ପର୍ଯ୍ୟଟକଙ୍କ ହୋଟେଲ ରହଣୀ ପାଇଁ କରୋନା RT-PCR ନେଗେଟିଭି ରିପୋର୍ଟ ଆଣିବାକୁ ବାଧ୍ୟମୂଳକ କରାଯାଇଛି । କରୋନା ନେଗେଟିଭ୍ ରିପୋର୍ଟ ନଥିଲେ ହୋଟେଲରେ ରହିବାକୁ ଅନୁମତି ଦିଆଯିବ ନାହିଁ ବୋଲି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+