Hari Babu Kambhampati : ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି

ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ନୂଆ ରାଜ୍ୟପାଳ । ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ପହଞ୍ଚିଲେ ।ନବନିଯୁକ୍ତ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ସେହିପରି ଶୁକ୍ରବାର ପୂର୍ବାହ୍ନରେ ଅର୍ଥାତ 3 ତାରିଖରେ ଶପଥ ଗ୍ରହଣ କରିବେ ନୂଆ ରାଜ୍ୟପାଳ । ରାଜଭବନରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ।

ଆସନ୍ତାକାଲି ଦିନ ୧୦ଟା ୧୫ରେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ହରି ବାବୁ କୁମ୍ଭମପତି । ରାଜଭବନରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ସୂଚନାଯୋଗ୍ୟ, କିଛି ଦିନ ତଳେ ରଘୁବର ଦାସ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିଲେ । ଏହାପରେ ତାଙ୍କ ସ୍ଥାନରେ କେ. ହରିବାବୁଙ୍କ ଓଡିଶାର ନୂଆ ରାଜ୍ୟପାଳ ଭାବେ କେ. ହରିବାବୁଙ୍କୁ ନିଯୁକ୍ତି ଦିଆଯାଇଥିଲା ।

ଓଡ଼ିଶାର ପ୍ରଥମ ନାଗରିକ ଭାବେ ନିଯୁକ୍ତ ହୋଇଛନ୍ତି ଡକ୍ଟର ହରିବାବୁ କମ୍ଭମପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 5 ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତ କରିଥିଲେ । ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରି ତାଙ୍କ ସ୍ଥାନରେ ହରିବାବୁଙ୍କୁ ନିଯୁକ୍ତି ଦେଇଥିଲେ । ହରିବାବୁ ମିଜୋରାମର ରାଜ୍ୟପାଳ ଭାବେ କାର୍ଯ୍ୟ କରୁଥିଲେ । ନିଯୁକ୍ତି ମିଳିବା ପରେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଆଜି ଓଡିଶା ଆସିବେ । ଏହାପରେ ଆସନ୍ତାକାଲି ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମପତି ।

ହରିବାବୁଙ୍କ କ୍ୟାରିୟର

ଡାକ୍ତର ହରିବାବୁ କମ୍ଭମପତିଙ୍କ ରାଜନୈତିକ କ୍ୟାରିଅର ବେଶ ଲମ୍ବା । ଛାତ୍ର ରାଜନୀତିରୁ ସେ କ୍ୟାରିୟର ଆରମ୍ଭ କରିଥିଲେ । ଛାତ୍ର ଜୀବନରେ ସେ ଜୟପ୍ରକାଶ ନାରାୟଣ ଆନ୍ଦୋଳନରେ ସାମିଲ ହୋଇଥିଲେ । ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନରେ ସାମିଲ ହୋଇ ଗିରଫ ହୋଇଥିଲେ । ସେଥିପାଇଁ ତାଙ୍କୁ ୬ ମାସ ଜେଲରେ ରହିବାକୁ ପଡିଥିଲା । ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପରେ ୨୦୧୪ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିିତ ହୋଇଥିଲେ । ସେହିପରି ସେ ଆନ୍ଧ୍ରପ୍ରଦେଶର ରାଜ୍ୟ ବିଜେପି ସଭାପତି ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ଆସନ୍ତା 3 ତାରିଖରେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ।

Hari Babu Kambhampati
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+