ଓଡ଼ିଶାରେ ବିକାଶର ନୂଆ ଚିତ୍ର; ୬୮ ହଜାର ୧୬୦ କୋଟିର ୧୮ଟି ପ୍ରକଳ୍ପ ଉଦଘାଟନ କଲେ ମୋଦୀ
ଓଡ଼ିଶାରେ ବିକାଶର ନୂଆ ଚିତ୍ର । ଓଡିଶାବାସୀଙ୍କୁ ମୋଦୀଙ୍କ ବଡ଼ ଉପହାର । ଭେଟିଦେଲେ ୬୮ ହଜାର ୧୬୦ କୋଟିର ୧୮ଟି ପ୍ରକଳ୍ପ । ସମ୍ବଲପୁରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଠମେ ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟ କିଛି ମନ୍ତ୍ରୀ ଯୋଗ ଦେଇଛନ୍ତି । ଏହି ଅବସରରେ ବହୁ ସଂଖ୍ୟାରେ ଆୟୋଜିତ ସାଧାରଣ ସଭାରେ ବହୁ ସଂଖ୍ୟାରେ ଲୋକେ ଉପସ୍ଥିତ ଥିଲେ ।
ଏହା ପରେ ସମ୍ବଲପୁର ରେଳଷ୍ଟେସନର ନବୀକରଣର ଶୁଭ ଦିଆଯିବା ସହ, ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନକୁ ସୋନପୁର ଆଗକୁ ଲୋକାର୍ପିତ ହେବା ସହ ସୋନପୁରରୁ ପୁରୀକୁ ନୂଆ ଟ୍ରେନ ଚଳାଚଳର ଶୁଭାରମ୍ଭ ହୋଇଛି । ଏନଟିପିସିର ଦୁଇଟି ପ୍ରକଳ୍ପର ଲୋକାର୍ପଣ ସାଙ୍ଗକୁ ବ୍ରାହ୍ମଣୀ ନଦୀରେ ଦୁଇ ଟିକିଆ ପୋଲର ଉଦଘାଟନ, ଝାରସୁଗୁଡ଼ାର ପୁରାତନ ପୋଷ୍ଟ ଅଫିସକୁ ଐତିହ୍ୟ ପ୍ରକଳ୍ପ ଭାବେ ଲୋକାର୍ପଣ କରିଥିଲେ ମୋଦୀ ।

ଏହା ପରେ ରେମେଡରେ ବିଶାଳ ସାଧାରଣ ସଭାରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦୀ । ଏହି ସମାବେଶର ନାଁ ରହିଛି 'ବିଶାଳ ଗ୍ୟାରେଂଟି ସମାବେଶ' । ପଶ୍ଚିମ ଓଡିଶାର ୫ଟି ଲୋକସଭା କ୍ଷେତ୍ରରୁ ଲକ୍ଷେରୁ ଅଧିକ ଲୋକଙ୍କ ସମାଗମ ହୋଇଛି । ଏହି ସମାବେଶରେ ସମ୍ବଲପୁର, ବରଗଡ, ସୁନ୍ଦରଗଡ, ବଲାଙ୍ଗିର, କଳାହାଣ୍ଡି ସଂସଦୀୟ କ୍ଷେତ୍ରର ଜନସାଧାରଣ ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।
ମୋଦୀଙ୍କ ଗସ୍ତ ବେଳେ ୭୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବା ସହ ସୁରକ୍ଷା ଦାୟିତ୍ୱରେ ୭ ଜଣ କମାଣ୍ଡାଂଟଙ୍କ ସହ ପ୍ରାୟ ୩ ଶହ ଅଫିସରଙ୍କୁ ନିୟୋଜିତ କରାଯାଇଛି । ଉତ୍ତରାଞ୍ଚଳ ପୁଲିସ ରେଞ୍ଜ ଅନ୍ତର୍ଗତ ୪ଟି ଜିଲ୍ଲରା ଏସପି ଓ ଦୁଇଜଣ ଆଇଜି ସୁରକ୍ଷା ବ୍ୟବସ୍ଥାର ତଦାରଖ କରୁଛନ୍ତି ।












Click it and Unblock the Notifications