ଡିସେମ୍ବର ଶେଷ ସୁଦ୍ଧା ନୂତନ ରାଜସ୍ବ ଗ୍ରାମ: ସୁରେଶ ପୂଜାରୀ

ରାଜସ୍ବ ଆଇନକୁ ସହଜ, ସରଳ ଓ ଲୋକାଭିମୁଖୀ କରାଯିବ। ଏହାଦ୍ୱାରା ଲୋକମାନଙ୍କ ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନ ହୋଇପାରିବ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅନ୍ତର୍ଭୁକ୍ତ ହୋଇଥିବା ଘରଡିହ ଶୂନ୍ୟ ବ୍ୟକ୍ତିଙ୍କୁ ଘରଡିହ ଯୋଗାଇଦେବା, ଭୂମିହୀନ ଲୋକମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଅବସ୍ଥା ସର୍ବେକ୍ଷଣ କରାଯିବ । ଯଥାଶୀଘ୍ର ସେମାନଙ୍କୁ ବସୁନ୍ଧରା ଯୋଜନାରେ ଜମି ପ୍ରଦାନ କରାଯିବ, ସମସ୍ତ ବିଦ୍ୟାଳୟକୁ ଜମିପଟ୍ଟା ଯୋଗାଇଦେବା କାର୍ଯ୍ୟକୁ ତ୍ୱରାନ୍ବିତ ସହ ନୂତନ ରାଜସ୍ବ ଗ୍ରାମ ଘୋଷଣା ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା କରାଯିବ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।

ଲୋକସେବା ଭବନସ୍ଥିତ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମ୍ମିଳନୀ କକ୍ଷରେ ମନ୍ତ୍ରୀ ପୂଜାରୀ ବିଭାଗୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତାକରି କହିଛନ୍ତି, ରାଜ୍ୟରେ ତହସିଲଗୁଡିକରେ ପଡ଼ି ରହିଥିବା ମ୍ୟୁଟେଶନ ମାମଲାକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବା ଏବଂ ପଟ୍ଟାରେ ଥିବା ପ୍ରଜାଙ୍କ ନାମ ଉତ୍ତରାଧିକାରୀଙ୍କ ନାମରେ ସଂଶୋଧନ କରିବା ଦରକାର। ସମସ୍ତ ତହସିଲ ଓ ରେଜିଷ୍ଟ୍ରେଶନ କାର୍ଯ୍ୟାଳୟରେ ଆଗନ୍ତୁକମାନଙ୍କ ପାଇଁ ପ୍ରତିକ୍ରିୟା ଏବଂ ମତାମତ ରେଜିଷ୍ଟ୍ରାରରେ ଦରଜ କରିବା ପାଇଁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Suresh Pujari

ବିଭିନ୍ନ ଅନୁଷ୍ଠାନକୁ ଯେଉଁ ସରକାରୀ ଜମି ଲିଜ୍‌ ଆକାରରେ ଦିଆଯାଇଛି, ତାକୁ ଯଦି ସେମାନେ ଠିକ୍‌ ଭାବେ ବ୍ୟବହାର କରୁନାହାନ୍ତି, ତେବେ ସେହି ଜମିକୁ ସରକାର ଫେରାଇନେବେ। ରାଜସ୍ବ ବିଭାଗରେ ଖାଲି ପଡ଼ିଥିବା ପଦବୀଗୁଡ଼ିକୁ ପୂରଣ କରିବା, ବାସସ୍ଥାନ, ଜାତିଗତ ଓ ଅନ୍ୟାନ୍ୟ ପ୍ରମାଣପତ୍ର ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରଦାନ କରିବାକୁ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+