ସରକାରୀ କାର୍ଯ୍ୟାଳୟରେ ନୂଆବର୍ଷ ପାଳନ ମନା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇଂରାଜୀ ନବବର୍ଷ ୨୦୨୬ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଶୁଭକାମନା ଜଣାଇଛନ୍ତି। ଜାନୁଆରି ୧ ତାରିଖ ଏକ କାର୍ଯ୍ୟ ଦିବସ ହୋଇଥିବାରୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(CMO) ଏବଂ ସମସ୍ତ ରାଜ୍ୟ ସରକାରୀ କାର୍ଯ୍ୟାଳୟ ସ୍ୱାଭାବିକ ଭାବରେ କାର୍ଯ୍ୟ କରିବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କିମ୍ବା ଅନ୍ୟ ସରକାରୀ କାର୍ଯ୍ୟାଳୟରେ ଅଧିକାରୀମାନଙ୍କୁ ଶୁଭେଚ୍ଛା ଜଣାଇବାକୁ କେହି ବ୍ୟକ୍ତିଗତ ଭାବରେ ଆସିବା ଉଚିତ୍ ନୁହେଁ ବୋଲି ସିଏମଓ ପକ୍ଷରୁ ଜାରି ବିବୃତିରେ ନାଗରିକମାନଙ୍କୁ ଅନୁରୋଧ କରାଯାଇଛି।

ସରକାରୀ କାର୍ଯ୍ୟାଳୟରେ ନୂତନ ବର୍ଷ ପାଳନ ନକରିବାକୁ ପରାମର୍ଶ ଦିଆଯାଇଛି। କାର୍ଯ୍ୟକ୍ରମ, ବୈଠକ ଏବଂ ପାର୍ଟିକୁ ନିଷେଧ କରାଯାଇଛି। ସମସ୍ତ କାର୍ଯ୍ୟାଳୟ ଏବଂ ପ୍ରତିଷ୍ଠାନର ମୁଖ୍ୟଙ୍କୁ ଏହାକୁ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛ ବୋଲି ବିବୃତିରେ କୁହାଯାଇଛି। ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି,ଇଂରାଜୀ ନୂଆ ବର୍ଷ ୨୦୨୬ ପାଇଁ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ନୂଆବର୍ଷର ପ୍ରଥମ ଦିନ ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ଏହି ଦିନ ମୋର କାର୍ଯ୍ୟାଳୟ ଗୋଟିଏ ସାଧାରଣ କାର୍ଯ୍ୟଦିବସ ଭଳି ଚାଲିବ ଏବଂ ନିୟମିତ ଭାବେ ସରକାରୀ କାର୍ଯ୍ୟ ହେବ। ତେଣୁ, ମୋର କାର୍ଯ୍ୟାଳୟକୁ ନୂଆବର୍ଷର ଅଭିନନ୍ଦନ କିମ୍ବା ଶୁଭେଚ୍ଛା ଜଣାଇବା ପାଇଁ କେହି ନ ଆସିବାକୁ ଅନୁରୋଧ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications