ପୂଜାରେ ଭିଜିବ ଓଡିଶା, ସମ୍ଭାବ୍ୟ ବାତ୍ୟା ଯୋଗୁଁ ଫିକା ପଡିପାରେ ଦଶହରା
ପୂଜାକୁ ଓଦା କରିବା ପାଇଁ ବି ଓଡିଶା ମୁହାଁ ବାତ୍ୟା । ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାଇ, ଆସନ୍ତା ୧୦ତାରିଖରେ ଆଣ୍ଡାମାନ ସାଗରରେ ଲଘୁଚାପକ୍ଷେତ୍ର ସୃଷ୍ଟି ହେବ ।
ଭୁବନେଶ୍ବର: କରୋନା କଟକଣା ପାଇଁ ତ ଫିକା ପଡିଛି ଶରାଦୀୟ ଦୁର୍ଗା ପୂଜା । ସେପଟେ ପୂଜାକୁ ଓଦା କରିବା ପାଇଁ ବି ଓଡିଶା ମୁହାଁ ବାତ୍ୟା ।

ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାଇ, ଆସନ୍ତା ୧୦ତାରିଖରେ ଆଣ୍ଡାମାନ ସାଗରରେ ଲଘୁଚାପକ୍ଷେତ୍ର ସୃଷ୍ଟି ହେବ । ପରବର୍ତ୍ତୀ ୪-୫ ଦିନରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହା ଏକ ବାତ୍ୟା ରୂପ ନେଇ ଦକ୍ଷିଣ-ଓଡ଼ିଶା ଓ ଉତ୍ତର-ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁବାର ସମ୍ଭାବନା ରହିଛି ବୋଲି ଆଇଏମଡି କହିଛି । ଏହି ବାତ୍ୟା ଓଡ଼ିଶା ଆଡ଼କୁ ଆସୁଥିବାରୁ ଚଳିତ ବର୍ଷ ଦଶହରା ଉତ୍ସବ ଫିକା ପଡ଼ିବାର ସମ୍ଭାବନା ରହିଛି ।
ତେବେ ଗତ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରିଣ ଓଡ଼ିଶାରେ କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ହୋଇଛି। କାଶିନଗର, ପାଲଲହଡ଼ା ଓ ବେତନଟୀରେ ଅଧିକ ବର୍ଷା ହୋଇଛି । ସେପଟେ ଆଗାମୀ ୫ ଦିନ ଧରି ଓଡ଼ିଶାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ବଜ୍ରପାତ ହେବାର ଆଶଙ୍କା କରାଯାଇଛି। ଏହିଛଡ଼ା ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ହୋଇପାରେ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications