ରାଜଧାନୀ ସଫେଇ କର୍ମୀଙ୍କ ମୃତ୍ୟୁ ଘଟଣା: ମୁଖ୍ୟ ଶାସନ ସଚିବ ଓ ପୋଲିସ୍ ଡିଜିଙ୍କୁ NHRCଙ୍କ ନୋଟିସ୍
ରାଜଧାନୀରେ ମଇଳା ଟାଙ୍କି ସଫା କରିବା ସମୟରେ ଦୁଇଜଣଙ୍କ ମୃତ୍ୟୁ ହେବା ଘଟଣାରେ ଜାତୀୟ ମାନବିକ ଅଧିକାର କମିଶନ (ଏନଏଚଆରସି) ମୁଖ୍ୟ ଶାସନ ସଚିବ ଓ ପୋଲିସ୍ ଡିଜିଙ୍କୁ ନୋଟିସ୍ ଜାରି କରିଛନ୍ତି ।
ଭୁବନେଶ୍ୱର: ରାଜଧାନୀରେ ମଇଳା ଟାଙ୍କି ସଫା କରିବା ସମୟରେ ଦୁଇଜଣଙ୍କ ମୃତ୍ୟୁ ହେବା ଘଟଣାରେ ଜାତୀୟ ମାନବିକ ଅଧିକାର କମିଶନ (ଏନଏଚଆରସି) ମୁଖ୍ୟ ଶାସନ ସଚିବ ଓ ପୋଲିସ୍ ଡିଜିଙ୍କୁ ନୋଟିସ୍ ଜାରି କରିଛନ୍ତି । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ଦୋଷୀ ଅଫିସରଙ୍କ ବିରୋଧରେ କି କାର୍ଯ୍ୟାନୁଷ୍ଠାନ ନିଆଯାଇଛି, ସେ ସମ୍ପର୍କରେ 6 ସପ୍ତାହ ମଧ୍ୟରେ ରିପୋର୍ଟ ପ୍ରଦାନ ଲାଗି କମିଶନ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ମାନବିକ ଅଧିକାର କର୍ମୀ ଶ୍ରୀ ଅଖଣ୍ଡ ଏକ ପିଟିସନ ଜରିଆରେ ଅଭିଯୋଗ କରିଥିଲେ ଯେ ମାର୍ଚ୍ଚ ୧୯, ୨୦୨୧ରେ ବ୍ରହ୍ମେଶ୍ୱର ବାଗ୍ ଅଂଚଳରେ ଟାଙ୍କି ସଫା କରିବା ସମୟରେ ସୁନାରାମ ସଦର (୫୫) ଓ ସିଲୁପ ବିରୁଆଙ୍କର ମୃତ୍ୟୁ ଘଟିଥିଲା । ଓଡିଶା ଜଳ ଯୋଗାଣ ଓ ସ୍ୱେରେଜ୍ ବୋର୍ଡ ଦ୍ୱାରା ନିଯୁକ୍ତ ଏକ ଠିକାଦାର ସଂସ୍ଥା ଦ୍ୱାରା ସେମାନେ ନିଯୁକ୍ତ ହୋଇଥିଲେ । କାମ କରିବା ସମୟରେ ସେମାନେ ଅକ୍ସିଜେନ୍ ମାସ୍କ ପିନ୍ଧିନଥିଲେ କିମ୍ବା ଅନ୍ୟ ସୁରକ୍ଷା ସାରଞ୍ଜାମ ନଥିଲା ।
ଏହି ଘଟଣାରେ ମାନୁଆଲ୍ ସ୍କାଭେଂଜର ନିଯୁକ୍ତି ନିଷେଧ ଓ ଥଇଥାନ ଆଇନ, ୨୦୧୩ର ଧାରା ୭,୯ ଓ ୨୨ ଅନୁସାରେ ଏଫଆଇଆର୍ ହୋଇଛି କି ନାହିଁ ତାହା ଜଣାଇବା ସହ ଏହି ମାମଲାରେ କି ପଦକ୍ଷେପ ନିଆଯାଇଛି, ତାହା ଜଣାଇବାକୁ କମିଶନ ପୋଲିସ୍ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏନଏଚଆରସି ।












Click it and Unblock the Notifications