ଏହି ଦିନଠୁ ଆହୁରି ବଢିବ ଥଣ୍ଡା:୨ରୁ ୩ଡିଗ୍ରୀ ହ୍ରାସ ପାଇବ ତାପମାତ୍ରା
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଶନିବାରଠାରୁ ଶୀତ ବଢ଼ିବ । ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବ । ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୩ରୁ ୧୫ ଡିଗ୍ରୀ ପାଖାପାଖି ରହିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ବୁଧବାର ଓ ଗୁରୁବାର ରାଜ୍ୟର କିଛି ସ୍ଥାନରେ ଅଧିକ କୁହୁଡ଼ି ଦେଖା ଦେଇପାରେ ।

ବୁଧବାର କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକରେ ଘନ କୁହୁଡ଼ି ଦୃଶ୍ୟମାନ ହେବ । ଝାରସୁଗୁଡ଼ା,କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତିରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବ । ଗୁରୁବାର ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର,ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତିରେ ଅଧିକ କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।












Click it and Unblock the Notifications