ନୀଳାଦ୍ରି ମହୋଦୟାଷ୍ଟମୀ, ୧୦୮ କୁମ୍ଭ ଜଳରେ ଦାରୁଦିଅଁଙ୍କ ହେବ ଜଳାଭିଷେକ

ସୋମବାର ବୈଶାଖ ଶୁକ୍ଳ ଅଷ୍ଟମୀରେ ଶ୍ରୀମନ୍ଦିରରେ ପାଳନ ହେବ ନୀଳାଦ୍ରି ମହୋଦୟାଷ୍ଟମୀ । ଏହି ତିଥିକୁ ଶ୍ରୀମନ୍ଦିର ପ୍ରତିଷ୍ଠା ଦିବସ ଭାବେ ଗଣାଯାଏ। ଉକ୍ତ ଦିବସରେ ଠାକୁରଙ୍କ ଅଭିଷେକ ଉତ୍ସବ ଅନୁଷ୍ଠିତ ହେବ। ୧୦୮ କୁମ୍ଭ ଜଳରେ ଦାରୁଦିଅଁଙ୍କ ଜଳାଭିଷେକ ହୋଇଥାଏ। ବଡ଼ଦେଉଳ ପରମ୍ପରାରେ ଏହା ହେଉଛି ତ୍ରୟୋଦଶ ଯାତ୍ରା ତଥା ନୀଳାଦ୍ରି ମହୋତ୍ସବ। ଏଣୁ ଆଜି ଶ୍ରୀମନ୍ଦିରରେ ଜଳ ଅଧିବାସ ନୀତି ସମ୍ପନ୍ନ ହୋଇଛି ।

PURI

ସପ୍ତମୀ ରାତିରୁ ୧୦୮ ଜଳକୁମ୍ଭ ଅଧିବାସ ହୋଇ ରହିଛି। ଅଷ୍ଟମୀରେ ସକାଳ ଧୂପ ଓ ଆଲଟ ଲାଗି ସରିଲେ ଭିତର ଗମ୍ଭୀରାରେ ପାଣି ପଡ଼ିବ। ପରେ ଅଧିବାସ ଜଳକୁ ସେବକମାନେ ଘଣ୍ଟ ଛତା ଓ କାହାଳୀର ପଟୁଆରରେ ନେଇ ରତ୍ନସିଂହାସନ ନିକଟରେ ବିଜେ କରିବେ। ଏହାପରେ ଜଳପୂଜା ଓ ଜଳ ଲାଗି ବିଧି ସମ୍ପନ୍ନ ହେବ। ଏହି ତିଥିରେ ଯଜ୍ଞମଣ୍ଡପରୁ ବିଜେ ହୋଇ ଚତୁର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନସିଂହାସନରେ ଅଧିଷ୍ଠିତ ହୋଇଥିଲେ। ସ୍କନ୍ଦ ପୁରାଣ ଅନୁସାରେ ବୈଶାଖ ମାସ ପୁଷ୍ୟାଯୋଗଯୁକ୍ତ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ସ୍ୱୟଂ ବ୍ରହ୍ମା ଶ୍ରୀମନ୍ଦିର ପ୍ରତିଷ୍ଠା କରିଥିଲେ। ଏଣୁ ଉକ୍ତ ତିଥିରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବିଧି ଅନୁଷ୍ଠିତ ହୋଇଥାଏ। କୁହାଯାଏ ଏହି ଦିନ ଦାନ, ତପସ୍ୟା ଓ ହୋମାଦି କାର୍ଯ୍ୟ କଲେ ଅଶେଷ ଫଳ ମିଳେ। ବାମଦେବ ସଂହିତାରେ ଏହାର ମାହାତ୍ମ୍ୟ ବର୍ଣ୍ଣନା ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+