ଝାରସୁଗୁଡ଼ା ଉପନିର୍ବାଚନ ମୈଦାନରେ ରହିଲେ ୯ ପ୍ରାର୍ଥୀ

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ମୈଦାନରେ ରହିଲେ ୯ ପ୍ରାର୍ଥୀ । ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମିଳିଥିବା ସୂଚନା ଅନୁସାରେ, ଉପନିର୍ବାଚନ ପାଇଁ ମୋଟ ୧୦ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିଲେ । ନାମାଙ୍କନ ପ୍ରତ୍ୟାହାର କରିଛନ୍ତି ପ୍ରାର୍ଥୀ ଭୁବନେଶ୍ୱର ଗର୍ତିଆ । ଫଳରେ ଏବେ ଉପନିର୍ବାଚନ ମଇଦାନରେ ୯ ଜଣ ପ୍ରାର୍ଥୀ ରହିଛନ୍ତି । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ଥିଲା ।

Jharsuguda By Election

ଉଲ୍ଲେଖଥାଉ କି, ଝାରସୁଗୁଡା ଉପ ନିର୍ବାଚନ ପାଇଁ ବିଜେଡିରୁ ଦୀପାଳି ଦାସ, କଂଗ୍ରେସରୁ ତରୁଣ ପାଣ୍ଡେ ଓ ବିଜେପିରୁ ଟଙ୍କଧର ତ୍ରିପାଠୀ ପ୍ରାର୍ଥୀ ହୋଇଛନ୍ତି । ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳର ୩ ନୂଆ ଚେହେରା ଉପ-ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି ।

ଝାରସୁଗୁଡା ଉପ ନିର୍ବାଚନ ପାଇଁ ଗତ ୧୩ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଗତ ୧୭ ତାରିଖରେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ତାପୂର୍ବରୁ ୧୫ ତାରିଖରେ କଂଗ୍ରେସ ପକ୍ଷରୁ ତରୁଣ ପାଣ୍ଡେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ସେହିପରି ଏପ୍ରିଲ ୧୮ରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ |

ଝାରସୁଗୁଡା ଉପ ନିର୍ବାଚନ ପାଇଁ ମେ ୧୦ରେ ଭୋଟଗ୍ରହଣ କରାଯିବ । ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏ ଭୋଟ୍ ଦେବେ ଝାରସୁଗୁଡ଼ା ଭୋଟର । ମେ ୧୩ରେ ଭୋଟ ଗଣତି ଓ ଫଳାଫଳ ଘୋଷଣା କରାଯିବ ।

ସୂଚନାଥାଉ କି, ଗତ ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗରରେ ତତକାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ପଡିଛି । ନବ ଦାସଙ୍କ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଏଏସଆଇ ଗୋପାଳ ଦାସଙ୍କୁ ଗିରଫ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+