ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ। ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍‌ରୁ ଖର୍ଚ୍ଚ ହେବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି ।

ଏଥିସହିତ ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ। କାଲିର ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗର ସୂଚନା ଦେଇଛି । ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ। ମଙ୍ଗଳବାର, ଗୁରୁବାର, ଶନିବାର ପୋଷଣଯୁକ୍ତ ଲଡୁ ମିଳିବ। ଶିଶୁବାଟିକାଠୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ଏହା ମିଳିବ। ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ଏହା ମିଳିବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି।

Ninth and tenth grade students will get mid day meal

ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା

ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ । କାଲିର ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗର ସୂଚନା। ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ। ମଙ୍ଗଳବାର, ଗୁରୁବାର, ଶନିବାର ପୋଷଣଯୁକ୍ତ ଲଡୁ ମିଳିବ । ଶିଶୁବାଟିକାଠୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ଏହା ମିଳିବ। ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ମିଳିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+