Get Updates
Get notified of breaking news, exclusive insights, and must-see stories!

ରତ୍ନଭଣ୍ଡାର ଚାବି ଉପରେ ପ୍ରତିକ୍ରିୟା ରଖିଲେ ନିରଞ୍ଜନ, ରାଜ୍ୟ ସରକାରଙ୍କୁ କଲେ ପ୍ରଶ୍ନ

ଭୁବନେଶ୍ୱର: ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପୁଣି ଥରେ ରତ୍ନ ଭଣ୍ଡାର ଖୋଲାଯିବା ସମ୍ପର୍କିତ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା । ରାଜ୍ୟ ସରକାରଙ୍କ ଦ୍ୱାରା ଜାରି ମାର୍ଗଦର୍ଶିକା ଅନୁଯାୟୀ ୧୧ ଜଣିଆ କମିଟି ସଦସ୍ୟ ଉପସ୍ଥିତ ରହି ବିସ୍ତୃତ ଆଲୋଚନା କରିଥିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡା. ଅରବିନ୍ଦ ପାଢ଼ୀ ।

ଆସନ୍ତା ୧୮ ତାରିଖରେ ପୁଣି ଥରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇ ଭିତର ଭଣ୍ଡାରରେ ଥିବା ଅଳଙ୍କାର ଆଦି ସ୍ଥାନାନ୍ତର କରାଯିବ ବୋଲି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି । ଏପଟେ ଆଜି କଂଗ୍ରେସର ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକ ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ମୁଖ୍ୟମନ୍ତ୍ରୀ, ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ତଥା ବହୁବିଶିଷ୍ଟ ରାଜନୈତିକ ବ୍ୟକ୍ତି ବିଶେଷମାନେ ବାରମ୍ବାର କହି ଆସୁଛନ୍ତି ଯେ ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଗଲା ।

ଏହି କଥାଟି ସତ୍ୟ କି? ନୂଆ ସରକାର ଗଠନ ହେଲା ପରେ ରତ୍ନଭଣ୍ଡାର ଖୋଲିବା ପାଇଁ ସରକାର ଏକ ନୂଆ କମିଟି ଗଠନ କଲେ । ଓଡିଶା ହାଇକୋର୍ଟର ପୂର୍ବତନ ବିଚାରପତି ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଗଲା । ସରକାରଙ୍କ ଦ୍ୱାରା ନିଆଯାଇଥିବା ନିଷ୍ପତି ଅନୁସାରେ ଗତ ଜୁଲାଇ ୧୪ ତାରିଖ ଦିନ ଚାବିକୁ କାଟି ଭିତର ରତ୍ନଭଣ୍ଡାର ଖୋଲାଗଲା ।

Niranjan Patnaik

ଏହାର ବହୁ ପୂର୍ବରୁ ଓଡିଶାରେ ଗଣମାଧ୍ୟମ, ମୁଖ୍ୟମନ୍ତ୍ରୀ, ରାଜ୍ୟ ଆଇନ ମନ୍ତ୍ରୀ ତଥା ବହୁବିଶିଷ୍ଟ ରାଜନୈତିକ ବ୍ୟକ୍ତି ବିଶେଷମାନେ ବାରମ୍ବାର କହି ଆସୁଛନ୍ତି ଯେ ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଗଲା । ଏହି କଥାଟି ସତ୍ୟ କି? କଂଗ୍ରେସ ସରକାର ସମୟରେ ୧୪.୦୭.୧୯୮୫ରେ ଶେଷ ଥର ପାଇଁ ଭିତର ରତ୍ନଭଣ୍ଡାର ଖୋଲା ଯାଇଥିଲା ବୋଲି ଆର.ଟି.ଆଇ ତଥ୍ୟରୁ ଉପଲବ୍ଧ ।

୧୯୮୫ ମସିହା ଜୁଲାଇ ୧୪ ତାରିଖରେ ଭିତର ରତ୍ନଭଣ୍ଡାର ଖୋଲାଗଲା ପରେ ଚାବି କେଉଁଠାରେ ରଖାଗଲା, ତାହା ନିଶ୍ଚିତ ରୂପେ ମେକାପ ରେଜିଷ୍ଟ୍ରରରେ ଲିପିବଦ୍ଧ ହୋଇଥିବ ତେଣୁ ସେହି ଆଧାରରେ ଚାବି କେଉଁଠି ଅଛି ତାହା ବାହାର କରାଯାଉ ବୋଲି ସେ ଦାବି କରିଛନ୍ତି । ରତ୍ନଭଣ୍ଡାର ୪୬ ବର୍ଷ ପରେ ଖୋଲିବା ଭଳି ଅସତ୍ୟ ଖବର ପ୍ରଚାର କରିବାରୁ କ୍ଷାନ୍ତ ରୁହନ୍ତୁ ବୋଲି ସେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+