ନୂଆ ସ୍ୱାସ୍ଥ୍ୟମନ୍ତ୍ରୀ ହେଲେ ନିରଞ୍ଜନ ପୂଜାରୀ, ନବ ଦାସଙ୍କ ଦେହାନ୍ତ ପରେ ମିଳିଲା ଅତିରିକ୍ତ ଦାୟିତ୍ୱ
ଗତକାଲି ନବ ଦାସଙ୍କ ଦେହାନ୍ତ ପରେ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଛନ୍ତି ।
ଭୁବନେଶ୍ୱର: ନୂଆ ସ୍ୱାସ୍ଥ୍ୟମନ୍ତ୍ରୀ ହେଲେ ନିରଞ୍ଜନ ପୂଜାରୀ । ଗତକାଲି ନବ ଦାସଙ୍କ ଦେହାନ୍ତ ପରେ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏବେ ଅର୍ଥମନ୍ତ୍ରୀ ସହ ସ୍ୱାସ୍ଥ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇବେ ନିରଞ୍ଜନ ।

ତେବେ ନବ ଦାସଙ୍କ ପାର୍ଥିବ ଶରୀର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରୁ ଯାଇ ଝାରସୁଗୁଡ଼ାରେ ପହଞ୍ଚିବା ପରେ ସେଠାରେ ଆଜି ଅପରାହ୍ନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣା ପଡିଛି ।
ଉଲ୍ଲେଖଥାଉ କି, ଗତକାଲି ଏଏସ୍ଆଇ ଗୋପାଳ ଦାସଙ୍କ ଗୁଳିମାଡ଼ରେ ନିହତ ହୋଇଥିଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ । ବ୍ରଜରାଜନଗର ଗାନ୍ଧୀ ଛକ ଠାରେ ଗୁଳିମାଡ଼ ତାଙ୍କୁ ଗୁଳିମାଡ ହୋଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଝାରସୁଗୁଡ଼ା ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଅବସ୍ଥା ଅଧିକ ବିଗିଢିବାରୁ ତାଙ୍କୁ ଏୟାରଲିଫ୍ଟ କରି ଭୁବନେଶ୍ବର ଅଣାଯାଇଥିଲା । ବିମାନବନ୍ଦରରୁ ଗ୍ରିନ୍ କରିଡ଼ରରେ ନିଆଯାଇ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଦୀର୍ଘ ସମୟ ତାଙ୍କ ଚିକିତ୍ସା କରାଯିବା ପରେ ଶେଷରେ ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର ।
ସୂଚନାଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନ ପରେ ନବୀନ ପଟ୍ଟନାୟକ ସରକାରରେ ନବ ଦାସ ସ୍ୱାସ୍ଥ୍ୟ ମନ୍ତ୍ରୀ ଭାବେ କାର୍ଯ୍ୟ କରି ଆସୁଥିଲେ। ସେ ପଶ୍ଚିମ ଓଡ଼ିଶାର ଜଣେ ଟାଣୁଆ ନେତା ଭାବେ ଜଣାଶୁଣା ଥିଲେ ।












Click it and Unblock the Notifications