ସବୁ ବନ୍ଦରକୁ ୧ ନମ୍ବର ବିପଦ ସଂକେତ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ବାତ୍ୟା ସମୟରେ ସମୁଦ୍ର ଅଶାନ୍ତ ରହିବ । ଯାହା ପାଇଁ ପୁରା ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥି ପାଇଁ ସବୁ ବନ୍ଦରକୁ ଏକ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି ।

Cyclone Dana

ଆଜି ସକାଳେ ୱେଲ୍ ମାର୍କଡ ଲୋ ପ୍ରେସର ଅବପାତରେ ପରିଣତ ହୋଇଛି। ତାହା ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପ। ଏହାପରେ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ ଆହୁରି ସିଭିୟର ହେବ । ବାତ୍ୟା ପ୍ରଭାବରେ ଆସନ୍ତାକାଲି ସନ୍ଧ୍ୟା ବା ରାତିରୁ ପାଗରେ ପରିବର୍ତ୍ତନ ହେବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାପାତ୍ର ।

ଡିପ୍ରେସନ ଏବେ ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୭୯ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଓ ବାଂଲାଦେଶ ଖେପୁପରା ଉପକୂଳରୁ ୭୪୦ କିଲୋମିଟର ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ତାହା ବାତ୍ୟାର ରୂପ ନେବ।

ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ବାତ୍ୟା ୨୪ ରାତି ଓ ୨୫ ସକାଳ ଭିତରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳର ପୁରୀରୁ ସାଗର ଦ୍ୱୀପ ଭିତରେ ଉପକୂଳ ଅତିକ୍ରମ କରିବ। ଉପକୂଳ ଅତିକ୍ରମ କରିବା ବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନ ୧୨୦ କିଲୋମିଟର ଛୁଇଁପାରେ ବୋଲି ସେ କହିଛନ୍ତି

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ସବୁ ବନ୍ଦରକୁ ୧ ନମ୍ବର ବିପଦ ସଂକେତ ଜାରି କରାଯାଇଛି । ଏଥିସହ ଆଜିଠୁ ୨୫ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବାରୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
ବାତ୍ୟା ପ୍ରଭାବରେ ଆସନ୍ତାକାଲି ସନ୍ଧ୍ୟା ବା ରାତିରୁ ପାଗରେ ପରିବର୍ତ୍ତନ ହେବ । ଏହି ସମୟରେ ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର. କେନ୍ଦ୍ରାପଡ଼ା, ଯାଜପୁର, ପୁରୀ, ଗଞ୍ଜାମ, ଖୋର୍ଦ୍ଧା ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

୨୪ ତାରିଖରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନିମନ୍ତେ କିଛି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ । ଏହାବାଦ ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+