'ଓଡ଼ିଶାକୁ ନାହିଁ ବାତ୍ୟା ଭୟ, ଗୁଜବ ଠାରୁ ଦୂରେଇ ରୁହନ୍ତୁ'

ସମ୍ଭାବ୍ୟ ବାତ୍ୟା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ବିଭାଗ ତରଫରୁ କୁହାଯାଇଛି ଯେ, ଏନେଇ କୌଣସି ସୂଚନା କିମ୍ବା ପୂର୍ବାନୁମାନ ଜାରି ହୋଇନାହିଁ ।

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ବିଭାଗ ତରଫରୁ କୁହାଯାଇଛି ଯେ, ଏନେଇ କୌଣସି ସୂଚନା କିମ୍ବା ପୂର୍ବାନୁମାନ ଜାରି ହୋଇନାହିଁ । ବାତ୍ୟା ସମ୍ବନ୍ଧରେ କୌଣସି ସୂଚନା କିମ୍ବା ପୂର୍ବାନୁମାନ ଜାରି ହୋଇନଥିବା ନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ଟ୍ବିଟ ଯୋଗେ ସୂଚନା ଦେଇଛି ।

Cyclone Fear

ପାଣିପାଗ ବିଭାଗ କହିଛି," ବାତ୍ୟା ସମ୍ବନ୍ଧରେ ପାଣିପାଗ ବିଭାଗ ତରଫରୁ କୌଣସି ସୂଚନା କିମ୍ବା ପୂର୍ବାନୁମାନ ଜାରି ହୋଇନାହିଁ । ଆହୁରି ମଧ୍ୟ କୌଣସି ପାଣିପାଗ ଘଟଣା ସମ୍ବନ୍ଧରେ ୭ ଦିନ ପୂର୍ବରୁ ଆକଳନ କରିବା ବିଜ୍ଞାନ ସମ୍ମତ ନୁହେଁ । ବାତ୍ୟା ନେଇ ଭାରତ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ଜାରି ହୋଇନାହିଁ । ତେଣୁ ଗୁଜବ ଠାରୁ ଦୂରେଇ ରୁହନ୍ତୁ ।"

ସୂଚନା ଥାଉକି, ରାଜ୍ୟରେ ଅକ୍ଟୋବର ତୃତୀୟ ସପ୍ତାହ ବେଳକୁ ବାତ୍ୟା 'ସିତରଙ୍ଗ' ଆସୁଥିବା ନେଇ ଅନୁମାନ କରାଯାଇଥିଲା । କୁହାଯାଉଥିଲା ଯେ, ଏହା ଦୃଢ଼ୀଭୂତ ହୋଇ ଅତି ଭୀଷଣ ରୂପ ନେବ । ୨୧ ରୁ ୨୨ ତାରିଖ ମଧ୍ୟରେ ପାରାଦୀପରୁ ବାଲେଶ୍ୱର ଭିତରେ ମାଡ଼ ହେଇପାରେ । ଆନ୍ତର୍ଜାତିକ ପାଣିପାଗ ସଂସ୍ଥା ଟ୍ରପିକାଲ୍‌ ଟିଡ୍‌ବିଟ୍ସର ପୂର୍ବାନୁମାନ ଚିତ୍ରରେ ଏଭଳି ଆକଳନ କରାଯାଇଥିଲା ।

ଲଗାତାର ଭାବେ କିଛି ବର୍ଷ ହେବ ଅକ୍ଟୋବର ମାସରେ ରାଜ୍ୟକୁ ବାତ୍ୟା ଆସୁଥିବାରୁ ଏଥିନିମନ୍ତେ ସରକାର ପୂର୍ବ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ବାତ୍ୟା ଋତୁକୁ ଦୃଷ୍ଟିରେ ରଖି ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସଂପୃକ୍ତ ବିଭାଗମାନଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଧାରିତ ଏସଓପି (Standard Operating Procedure) ଅନୁସାରେ ଆବଶ୍ୟକୀୟ ପଦାର୍ଥ, ଯନ୍ତ୍ରପାତି, ଉପକରଣ ଏବଂ ମାନବ ସମ୍ବଳ ଆଦିର ମାନଚିତ୍ର ପ୍ରସ୍ତୁତ ସହ ସେସବୁକୁ ପୂର୍ଣ୍ଣ କର୍ମକ୍ଷମ ରଖିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ଅପରପକ୍ଷେ, ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨ ଦିନ ରାଜ୍ୟର କିଛି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ଏହାବାଦ କିଛି ସ୍ଥାନରେ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲା ରହିଛି।

ଏହାପରେ ୧୩ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଉଛି କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+