ବାତ୍ୟା ହେବ ନାହିଁ, ଗଭୀର ଅବପାତ ଭାବେ ଉପକୂଳ ଅତିକ୍ରମ କରିବ: IMD ଡିଜି

ବାତ୍ୟା ହେବ ନାହିଁ । ଏହା ଗଭୀର ଅବପାତ ଭାବେ ଉପକୂଳ ଅତିକ୍ରମ କରିବ । ପ୍ରବାହରେ ଆଜି ଉତ୍ତର ଓଡ଼ିଶାରେ ସର୍ବାଧିକ ବର୍ଷା ହେବ । କାଲିଠୁ କମିଯିବ ।

ଭୁବନେଶ୍ୱର: ବାତ୍ୟା ହେବ ନାହିଁ । ଏହା ଗଭୀର ଅବପାତ ଭାବେ ଉପକୂଳ ଅତିକ୍ରମ କରିବ । ପ୍ରବାହରେ ଆଜି ଉତ୍ତର ଓଡ଼ିଶାରେ ସର୍ବାଧିକ ବର୍ଷା ହେବ । କାଲିଠୁ କମିଯିବ । ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଅବପାତରେ ପରିଣତ ହେବାପରେ ଏମିତି କିଛି ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

 IMD DG

ସେ କହିଛନ୍ତି ଯେ, ଏହି ଅବପାତ ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତରେ ପରିଣତ ହୋଇ ଆଜି ସନ୍ଧ୍ୟା ସୁଦ୍ଧା ବାଲେଶ୍ୱର ଓ ସାଗର ଦ୍ୱୀପ ଦେଇ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ତେଣୁ ଓଡିଶାରେ ଏବେ କୌଣସି ବାତ୍ୟାରେ ଆଶାଙ୍କା ନାହିଁ । ଏହି ଅବପାତ ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ହେବ । ଏହି ଅବପାତ ବର୍ତ୍ତମାନ ବାଲେଶ୍ୱରଠାରୁ ୨୦୦ କିମି ଦୂରରେ କେନ୍ଦ୍ରୀଭୂତ ଅଛି । ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ୫୫ରୁ ୬୫ କିମି ବେଗରେ ପବନ ବହିବ । ଆଭ୍ୟନ୍ତରୀଣ ଅଞ୍ଚଳରେ ପବନର ବେଗ କମ୍ ରହିବ ।

ସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଉମାଶଙ୍କର ଦାସ ମଧ୍ୟ ସମାନ କଥା କହିଛନ୍ତି । ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ଉପକୂଳ ଛୁଇଁବ । ଆଜି ସନ୍ଧ୍ୟାରେ ବାଲେଶ୍ୱର ଓ ସାଗର ଦ୍ୱୀପ ମଧ୍ୟରେ ଅତିକ୍ରମ କରିବ । ପ୍ରଭାବରେ ୪ ଜିଲ୍ଲାର କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ସେ କହିଛନ୍ତି । ତେବେ ଏହି ଜିଲ୍ଲାଗୁଡିକ ହେଲା କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ । ଏହି ଜିଲ୍ଲାଗୁଡିକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଉ ୧୨ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ଆଗାମୀ ବର୍ଷା ବନ୍ୟା ସ୍ଥିତିକୁ ଅଧିକ ପ୍ରଭାବିତ କରିପାରେ । ନଦୀରେ ବନ୍ୟା ଜଳ ଥିବା ବେଳେ ପୁଣି ବର୍ଷା ପ୍ରଭାବ ପକାଇପାରେ । ସହରାଞ୍ଚଳରେ ଅର୍ବାନ୍ ଫ୍ଲଡ, ପାହାଡ଼ି ଅଞ୍ଚଳରେ ଭୂସ୍ଖଳନ ଘଟିବାର ଅନେକ ଆଶଙ୍କା ରହିଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ୨୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+